ଅଂଶୁଘାତରେ ତିନି ଜଣଙ୍କ ମୃତ୍ୟୁ ଅଭିଯୋଗ

ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମପ୍ରବାହ ଓ ପ୍ରଚଣ୍ଡ ତାତି ନେଇଛି ଜୀବନ। ଅଂଶୁଘାତରେ ରାଜ୍ୟର ୨ଟି ସ୍ଥାନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସୁନ୍ଦରଗଡ ବଣାଇ ଉପଖଣ୍ଡରେ ଦୁଇ ଜଣଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଗୁରୁଣ୍ଡିଆ ବ୍ଲକର ଯରଡ଼ା ହାଇସ୍କୁଲର ଆସିଷ୍ଟାଣ୍ଟ ଶିକ୍ଷକ ଅନୁରାଗ ଏକ୍କା ଜନଗଣନା ଦାୟିତ୍ବରେ ଥିବା ବେଳେ ଅଚାନକ ତଳେ ପଡିଯାଇଥିଲେ। ତୁରନ୍ତ ତାଙ୍କୁ ସୁନ୍ଦରଗଡ଼ ଡାକ୍ତରଖାନାକୁ ନିଆଯାଇଥିଲେ ମଧ୍ୟ ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଅଂଶୁଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ତାଙ୍କ ପତ୍ନୀ। ଅନ୍ୟପଟେ କୋଇଡା ବ୍ଲକ୍ କେବଲାଙ୍ଗ ଥାନା ଅନ୍ତର୍ଗତ ବିମଲାଗଡ଼ ଫକିରମୁଣ୍ଡା ଗ୍ରାମରେ ସରକାରୀ ନଳକୂପ ଖୋଳୁ ଖୋଳୁ ଗ୍ରାମର ୫୭ ବର୍ଷିୟ ଦିନମଜୁରିଆ ହଠାତ୍ ଟଳି ପଡିଥିଲେ। ଗ୍ରାମବାସୀ ତାଙ୍କୁ ନିକଟସ୍ଥ ଲହୁଣୀପଡା ଡାକ୍ତରଖାନା ନେଇଥିଲେ ।

ସେଠାରେ ଡାକ୍ଟର ତାଙ୍କୁ ମୃତ ଘୋଷଣା କରିଛନ୍ତି । ତାଙ୍କର ପରିବାର ମଧ୍ୟ ଅଂଶୁଘାତରେ ମୁତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି । ପୁଲିସ୍ ତଦନ୍ତ କରିବା ସହ ଶବ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରିଛି। ସେହିଭଳି ବାରିପଦାରୁ ମଧ୍ୟ ଆସିଛି ଦୁଃଖଦ ଖବର। ଜନଗଣନାରେ ନିୟୋଜିତ ଶିକ୍ଷକ ଅଂଶୁଘାତର ଶିକାର ଅଭିଯୋଗ। ମୃତ ଶିକ୍ଷକ ଜଣକ ହେଲେ ବେତନଟୀ ବ୍ଲକ ପୁରିନ୍ଦା ସରକାରୀ ହାଇସ୍କୁଲର ୫୨ ବର୍ଷୀୟ ଶିକ୍ଷକ ରାଜକପୁର ହେମ୍ବ୍ରମ। ଶିକ୍ଷକ ଜଣକ ବେତନଟୀ ବ୍ଲକ ଅଧୀନ ଦହିକୋଟି ପଂଚାୟତ ଖମାରୀ ଗ୍ରାମରେ ଜନଗଣନା ସାରି ଘରକୁ ଫେରିଥିଲେ। ଘରେ ଅସୁସ୍ଥ ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ତୁରନ୍ତ ବାରିପଦା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ଭର୍ତି କରାଇଥିଲେ କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ