ଅଗଷ୍ଟ ୧ରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି କ୍ୟାବିନେଟ୍‌ ବୈଠକରେ ୬ଟି ବିଭାଗର ୭ଟିରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବାକୁ ରହିଛି। ସେଥିମଧ୍ୟରେ ରାଜ୍ୟର ରାଜସ୍ବ ନୀତିରେ କେତେକ ସଂଶୋଧନ ସହ ଶିକ୍ଷା, ସ୍ବାସ୍ଥ୍ୟ ଭଳି ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବମାନ ରହିଛି ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ଇତିମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ କ୍ୟାବିନେଟ୍‌ର ୨୨ଟି ବୈଠକ ଅନୁଷ୍ଠିତ ହୋଇସାରିଲାଣିି। ସେଥିରେ ରାଜ୍ୟର ଶିକ୍ଷା, ସ୍ବାସ୍ଥ୍ୟ, ମହିଳା ଓ ଚାଷୀଙ୍କ ବିକାଶ ସହିତ ସରକାରୀ କର୍ମଚାରୀଙ୍କ ବିଭିନ୍ନ କ୍ୟାଡର ସଂଶୋଧନ ନିୟମ ଅଣାଯାଇଛି। ତେବେ ୨୦୩୬ ସୁଦ୍ଧା ସରକାର ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଗଣିତ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଏହାକୁ ନେଇ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧ରେ ଅନୁଷ୍ଠିତ ହେବାକୁଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକ ବଡ଼ ଭୂମିକା ରଖିବ ବୋଲି ଜଣାଯାଇଛି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ