ଭୁବନେଶ୍ୱର, ୧୫/୦୮: ଆସନ୍ତା ସୋମବାର ଅଗଷ୍ଟ ୧୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ୱର ୟୁନିଟ ୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଆସନ୍ତା ସୋମବାର ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ
ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…




