ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ଠାବ

କୋକସରା: କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଲଡ଼ୁଗାଁ-ସୁପାଡ଼ ରାସ୍ତା ପାର୍ଶ୍ୱରେ ଥିବା ଏକ ଚାଷ ଜମିରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ବୀଭତ୍ସ ମୃତଦେହ ଠାବ ହୋଇଛି। ବ୍ୟକ୍ତିଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ପରେ ପ୍ରମାଣ ନଷ୍ଟ ଏବଂ ପରିଚୟ ଲୁଚାଇବା ଉଦ୍ଦେଶ୍ୟରେ ମୁଣ୍ଡ କାଟି ଚାଷ ଜମିରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି। ଏହି ଅଭାବନୀୟ ଘଟଣା ସମଗ୍ର ଅଞ୍ଚଳରେ ତୀବ୍ର ଆଲୋଡ଼ନ ଓ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ସୂଚନା ଅନୁଯାୟୀ, ଗୁରୁବାର ଚାଷ ଜମିରେ ଏକ ମୁଣ୍ଡବିହୀନ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇ ପୋଲିସକୁ ଖବର ଦେଇଥିଲେ। ଖବର ପାଇ କୋକସରା ପୋଲିସ ଏବଂ ଅଗ୍ନିଶମ ବାହିନୀର କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛନ୍ତି। ମୃତଦେହର ଶରୀରରେ ଏକାଧିକ ଧାରୁଆ ଅସ୍ତ୍ରର କଟା ଦାଗ ରହିଥିବା ବେଳେ ମୁଣ୍ଡ ନଥିବା ଘଟଣାକୁ ଅଧିକ ରହସ୍ୟମୟ କରିଦେଇଛି।

ତେବେ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନାହିଁ। ଏଭଳି ବୀଭତ୍ସ ହତ୍ୟାକାଣ୍ଡ ପଛରେ କେଉଁମାନଙ୍କର ହାତ ରହିଛି ଏବଂ କେଉଁ ଶତ୍ରୁତା କାରଣରୁ ଏହା ଘଟିଛି, ତାହାକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପୋଲିସ ପକ୍ଷରୁ ସାଇଣ୍ଟିଫିକ୍ ଟିମ୍ ସହାୟତାରେ ଘଟଣାର ସୂକ୍ଷ୍ମ ତଦନ୍ତ ଜାରି ରହିଥିବା ବେଳେ, ଶବ ବ୍ୟବଚ୍ଛେଦ ରିପୋର୍ଟ ଓ ତଦନ୍ତ ପ୍ରକ୍ରିୟା ଶେଷ ହେବା ପରେ ହତ୍ୟାକାଣ୍ଡର ପ୍ରକୃତ ରହସ୍ୟ ପରଦାଫାଶ ହେବ ବୋଲି ପୋଲିସ ସୂଚନା ଦେଇଛି।

  • Related Posts

    ୨୮ରେ ଓଡ଼ିଶା ଆସିବେ ଅମିତ ଶାହ

    ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୮ ତାରିଖରେ ତାଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ଅନେକ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଅମିତ ଶାହ। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ…

    Continue reading
    ଗଞ୍ଜାମ ବନ୍ୟା ବିଭୀଷିକା; ୧୨ ଦିନ ପରେ ଖୋଲିଲା ସ୍କୁଲ

    ଗଞ୍ଜାମ: ବାତ୍ୟା ‘ଅର୍ଣ୍ଣବ’ ପରେ ଭୟଙ୍କର ବନ୍ୟାରେ ବେହାଲ ହୋଇପଡ଼ିଥିଲା ଗଞ୍ଜାମ । ବାତ୍ୟା ଯୋଗୁଁ ପ୍ରବଳ ବର୍ଷା ପରେ ହଠାତ୍ ନଦୀଜଳ ସ୍ତର ବଢିଥିଲା ଓ ଗାଁ ଓ ସହରକୁ ପାଣି ମାଡ଼ିଆସିଥିଲା । ବନ୍ୟାପାଣିରେ ସ୍କୁଲ, ଅଙ୍ଗନବାଡ଼ି, କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି