ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ-୨୦୨୫ ର ପ୍ରି-କ୍ଵାଟର ରାଉଣ୍ଡ

ଭୁବନେଶ୍ୱର/କଟକ : କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ର ପ୍ରି କ୍ଵାଟର ରାଉଣ୍ଡ ଆୟୋଜିତ ହୋଇଛି। ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂ ମିକ୍ସଡ଼ ଡବଲସ ଏ ସମସ୍ତ ବିଭାଗର ୩୯ଟି ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।
ତୃତୀୟ ଦିନର ଏହି ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଖେଳାଳୀମାନଙ୍କର ଉତ୍ସାହ କରିଥିଲେ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ଓଡ଼ିଶା ରାଜ୍ୟ ବ୍ୟାଡ଼ମିଣ୍ଟନ ସଂଘର ସଭାପତି ରାଜେଶ ପ୍ରଭାକର ପାଟିଲ, କ୍ରୀଡ଼ା ଓ ଯୁବସେବା ବିଭାଗ ନିର୍ଦ୍ଦେଶକ ଡ଼. ୟେଦୁଲା ବିଜୟ, କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉ ସାହେବ ସିନ୍ଧେ, କଟକ ମହାନଗର ନିଗମର କମିଶନର କିରଣ ଦୀପ କୌର ସୌହଟା ପ୍ରମୁଖ ଅତିଥି ଭାବେ ଉପସ୍ଥିତ ରହିଥିଲେ।
ତୃତୀୟ ଦିନରେ ଖେଳାଯାଇଥିବା ମହିଳା ସିଙ୍ଗଲ ପୁରୁଷ ସିଙ୍ଗଲ ବିଭାଗରେ ପ୍ରାୟତଃ ସିଡେଡ଼ ଖେଳାଳୀମାନେ ଉତ୍ତମ ଖେଳ ପ୍ରଦର୍ଶନ କରି କ୍ୱାର୍ଟର ଫାଇନାଲ ରାଉଣ୍ଡକୁ ପହଂଚିଯାଇଛନ୍ତି। ମହିଳା ବିଭାଗର ପ୍ରି କ୍ଵାଟର ରାଉଣ୍ଡରେ ଟପସିଡ଼ ଭାରତୀୟ ଖେଳାଳୀ ଉନ୍ନତି ହୁଡ଼ା ଥାଇଲାଣ୍ଡ ଖେଳାଳୀ ତୀଦାପ୍ରନ କ୍ଳୀବାଇସୁନଙ୍କୁ ୨୧-୭, ୨୧-୧୪ ରେ ପରାଜିତ କରି କ୍ଵାଟର ଫାଇନାଲରେ ପହଞ୍ଚିଛନ୍ତି। ମହିଳା କ୍ୱାର୍ଟରରେ ପହଞ୍ଚିଥିବା ଅନ୍ୟ ଖେଳାଳୀମାନେ ହେଲେ ତୃତୀୟ ସିଡ଼ ତନଭି ଶର୍ମା, ପଞ୍ଚମ ସିଡ଼ ଅନୁପମା ଉପାଧ୍ୟାୟ ଓ ଷଷ୍ଠ ସିଡ଼ ଅନମୋଲ ଖର୍ବ।
ପୁରୁଷ ବିଭାଗ ସିଙ୍ଗଲରେ ମଧ୍ୟ ଟପସିଡ଼ ଥରୁନ ମାନେପଲ୍ଲୀ ନିଜ ଦେଶ ଖେଳାଳୀ ଗୋବିନ୍ଦ କ୍ରିଷ୍ଣାଙ୍କୁ ୨୧-୧୬, ୧୨-୨୧ ଓ ୨୧-୧୧ ରେ ହରାଇ କ୍ୱାର୍ଟରରେ ପହଂଚିଛନ୍ତି। କ୍ୱାର୍ଟର ଫାଇନାଲରେ ପହଂଚି ଥିବା ଅନ୍ୟ ଖେଳାଳୀମାନେ ହେଲେ ଗତ ସିଜନର ସିଙ୍ଗଲ ଚାମ୍ପିୟନ ତଥା ଅଷ୍ଟମ ସିଡ଼ ସତୀଶ କୁମାର, ଦ୍ଵିତୀୟ ସିଡ଼ କିରଣ ଜର୍ଜ ଏବଂ ସପ୍ତମ ସିଡ଼ ଶଙ୍କର ସୁବ୍ରମଣିୟନ।
ମହିଳା ଡବଲସ ବିଭାଗରେ ଅନୁଷ୍ଠିତ ପ୍ରି କ୍ୱାର୍ଟର ରାଉଣ୍ଡ ମ୍ୟାଚରେ ଟପସିଡ଼ ବୁଲଗେରିଆ ଯୋଡି ଗେବ୍ରିଏଲା ଷ୍ଟୋଭା ଓ ଷ୍ଟେଫାନୀ ଷ୍ଟୋଭା ଇଣ୍ଡୋନେସିଆ ଯୋଡି ଭେଲିଶା କ୍ରିଷ୍ଟିନା ଓ ଅଗ୍ନିଆ ଶ୍ରୀରହୟୁଙ୍କୁ ୨୧-୧୯, ୨୧-୧୩ ପଏଣ୍ଟରେ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପହଂଚିଛନ୍ତି। ମହିଳା ଡବଲସର କ୍ଵାଟରରେ ପହଂଚି ଥିବା ଅନ୍ୟ ଯୋଡିମାନେ ହେଲେ ଭାରତୀୟ ଯୋଡ଼ି ଅଶ୍ୱିନୀ ଭଟ୍ଟ ଓ ଶିଖା ଗୌତମ, ଷଷ୍ଠ ସିଡ଼ କବିପ୍ରିୟା ସେଲବମ ଓ ସିମରନ ସିଂଘି ଏବଂ ଅଷ୍ଟମ ସିଡ଼ ଇଣ୍ଡୋନେସିଆ ଯୋଡି ଶିତି ସରହ ଆଜହାର ଓ ଦିତ୍ୟା ରାମଧାନୀ।
ବିଶ୍ୱ ବ୍ୟାଡ଼ମିଣ୍ଟନ ସଂଘ, ଭାରତୀୟ ବ୍ୟାଡ଼ମିଣ୍ଟନ ସଙ୍ଘ, ଓଡିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଓଡିଶା ରାଜ୍ୟ ବ୍ୟାଡ଼ମିଣ୍ଟନ ସଙ୍ଘର ମିଳିତ ଆନୁକୂଲ୍ୟରେ ଚାଲିଥିବା ଏହି ଅନ୍ତର୍ଜାତୀୟ ପ୍ରତିଯୋଗିତାର କ୍ୱାର୍ଟର ଫାଇନାଲର ସମସ୍ତ ମ୍ୟାଚ୍ ଆସନ୍ତା ଡିସେମ୍ବର ୧୨ ତାରିଖରେ ଖେଳାଯିବ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ