ଅବପାତ; ଆଜି ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ଅବପାତରେ ପରିଣତ ହେଲା ସଦୃଶ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତର ରୂପ ନେଇଛି । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ଆଜିବି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ।୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଆଜି ସକାଳୁ ସକାଳୁ କିଛି ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି । ୨ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । କିଛି ଜିଲ୍ଲାରେ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଝଟକା ପବନ ୪୦ ରୁ ୫୦ କିମି ବେଗରେ ବହିବାର ସମ୍ଭାବନା ଥିବାରୁ ଆସନ୍ତା ୨୮ ତାରିଖ ପର୍ୟ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ନଯିବାକୁ କୁହାଯାଇଛି ।ଆଜି ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଡଘଡି ଓ ବିଜୁଳି ନେଇ ରେଡ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ । ସେହିପରି ବାଲେଶ୍ବର, ସମ୍ବଲପୁର, ଦେବଗଡ, ଅନୁଗୋଳ, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବରଗଡ଼, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର୍ ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅବଶିଷ୍ଟ ୧୮ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନାକୁ ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି ।ରାଜ୍ୟର କିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହେବା ସମ୍ଭାବନା ଥିବାରୁ ଆକସ୍ମିକ ବନ୍ୟା ଆସିବା ନେଇ ସତର୍କ କରାଯାଇଛି । ସମସ୍ତ ଜିଲ୍ଲାପାଳଙ୍କୁ ସଚେତନ ରହିବା ସହ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି ।

  • Garvita Odia

    Related Posts

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ଭୁବନେଶ୍ୱର : ଦିଲ୍ଲୀରୁ ଫେରିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିବା ନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା । ବଳଙ୍ଗା ପୀଡିତାଙ୍କ ପରିବାରକୁ ଦିଲ୍ଲୀ ଏମ୍ସରେ ଭେଟିବା ସହ ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି…

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ୱର: ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୦୨୪ ଜାନୁଆରୀ ପହିଲାରେ ଭିତ୍ତିପ୍ରସ୍ତର ପଡ଼ିଥିଲା । ଏବେ ସୁଦ୍ଧା କାମ ଶୂନ । ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାମ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥାର ଟେଣ୍ଡର ବାତିଲ ହୋଇଛି। ଠିକା ସଂସ୍ଥା ସିଗାଲ…

    Leave a Reply

    Your email address will not be published. Required fields are marked *

    You Missed

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଜଳପ୍ରପାତରେ ବୁଡ଼ି ଦୁଇ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ମୃତ୍ୟୁ