ଅବପାତ; ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟର ଦକ୍ଷିଣ ଓଡ଼ିଶାରେ ଲଗାଣ ବର୍ଷା ସ୍ଥିତି ବେହାଲ କରିଥିବା ବେଳେ ଅବପାତରେ ପରିଣତ ହେଲା ସଦୃଶ ଲଘୁଚାପ । ସଦୃଶ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଥିବା ବେଳେ ପଶ୍ଚିମ କେନ୍ଦ୍ରୀୟ ଓ ତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ସକ୍ରିୟ ରହିଛି । ପରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ଆଜି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଦେଇ ଗତି କରିବ ।ପ୍ରଭାବରେ ଆସନ୍ତା ୫ଦିନ ବର୍ଷା ହେବା ସହ ୨୪ ଘଣ୍ଟା ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ସହ ରେଡ ଆର୍ଲଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଂଟାରେ ସାରା ରାଜ୍ୟରେ ବର୍ଷା ହେବା ସହ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ (୧୨ରୁ ୨୦ ସେମି) ନେଇ ରେଡ ଆଲର୍ଟ ଜାରି କରିଛି ବିଭାଗ ।ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କଳାହାଣ୍ଡି, କନ୍ଧମାଳ, ରାୟଗଡା ଓ ଗଜପତି ଏହି ୪ ଜିଲ୍ଲାରେ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷା ପାଇଁ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଗଂଜାମ, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡା ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ୩୦ ରୁ ୪୦ କିମି ପବନ ବହିବ ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ