ଅବସରପ୍ରାପ୍ତ ସେନା କର୍ମଚାରୀ ଗୋକୁଳ ଚନ୍ଦ୍ର ଦାସଙ୍କ ପରଲୋକ

ଦେବଗଡ଼:ପୌରାଞ୍ଚଳର ୱାର୍ଡ ନମ୍ବର-୧ର ବାସିନ୍ଦା ତଥା ଅବସରପ୍ରାପ୍ତ ସେନା କର୍ମଚାରୀ ଗୋକୁଳ ଚନ୍ଦ୍ର ଦାସ(୬୯)ଙ୍କ ହୃଦଘାତରେ ପରଲୋକ ହୋଇଯାଇଛି। ମୃତ୍ୟୁ ଶଯ୍ୟା ନିକଟରେ ସ୍ବର୍ଗତ ଦାସଙ୍କ ମା,ସ୍ତ୍ରୀ,ପୁଅ,ଝିଅ,ଚାରିଭାଇ,ବୋହୁ,ପୁତୁରା,ଝିଆରୀ ତଥା ପରିବାର ବର୍ଗ ଉପସ୍ଥିତ ଥିଲେ। ସ୍ବର୍ଗତ ଦାସ ୨୧.୧.୧୯୫୮ରେ ଜନ୍ମ ଗ୍ରହଣ କରିଥିଲେ। ସେ ୧୦.୮.୧୯୭୮ରେ ଭାରତୀୟ ସେନାରେ ଯୋଗ ଦେବା ସହ ୧.୩.୧୯୮୫ରେ ଅବସର ନେଇଥିଲେ।ପରେ ରାଜ୍ୟ ସରକାରଙ୍କ ପଞ୍ଚାୟତରାଜ ବିଭାଗରେ ଯୋଗ ଦେଇ ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ପିଇଓ ଭାବେ କାର୍ଯ୍ୟ କରି ଅବସର ନେଇଥିଲେ। ସ୍ବର୍ଗତ ଦାସ ଜଣେ ଭଲ ମେଳାପୀ, ମିଷ୍ଠବାସୀ ଓ ପରୋପକାରୀ ବ୍ୟକ୍ତି ଥିଲେ। ତାଙ୍କ ବିୟୋଗ ଖବରପାଇ ସହରର ଅନେକ ମାନ୍ୟଗଣ୍ୟ ବ୍ୟକ୍ତି,ବୁଦ୍ଧିଜୀବୀ ତାଙ୍କର ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଥିଲେ। ଦେବଗଡ ଥାନା ଆଇଆଇସି ସବ୍ୟସାଚୀ ଶତପଥି, ଜିଲ୍ଲା ଅବସରପ୍ରାପ୍ତ ସେନା କର୍ମଚାରୀ ସଂଘର ସଭାପତି ବିଷ୍ଣୁ ପ୍ରସାଦ ସାହୁ ପହଞ୍ଚି ସ୍ବର୍ଗତ ଦାସଙ୍କୁ ଜାତୀୟ ପତାକା ଦେଇ ଶେଷ ସମ୍ମାନ ଜଣାଇବା ସହ ବିଭିନ୍ନ ନାରା ଦେଇଥିଲେ। ପ୍ରଧାନପାଟସ୍ଥିତ ସ୍ବର୍ଗଦ୍ବାରରେ ତାଙ୍କର ଶେଷ କୃତ୍ୟ ସଂପନ୍ନ କରାଯାଇଥିଲା। ତାଙ୍କର ଏକମାତ୍ର ପୁଅ ଜୁଏଲ ମୁଖାଗ୍ନି ଦେଇଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ