ଅଭାବନୀୟ : ରାତି ସାରା ବିଦ୍ୟାଳୟରେ ରହିଗଲେ ଛାତ୍ରୀ

କେନ୍ଦୁଝର: ସରକାରୀ ବିଦ୍ୟାଳୟରେ ଅଭାବନୀୟ ଘଟଣା । ରାତିସାରା ସ୍କୁଲ ପରିସରରେ ରହିଲେ ଦ୍ବିତୀୟ ଶ୍ରେଣୀ ଛାତ୍ରୀ । ବାହାରପଟୁ ତାଲା ପକାଇ ପଳାଇଲେ ଶିକ୍ଷକ । କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ଅଞ୍ଜର ସରକାରୀ ବିଦ୍ୟାଳୟରେ ଏଭଳି ଅଭାବନୀୟ ଘଟଣା ଘଟିଛି ।ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ଅଞ୍ଜର ସରକାରୀ ବିଦ୍ୟାଳୟରେ ଅଭାବନୀୟ ଘଟଣା । ଜଣେ ୨ୟ ଶ୍ରେଣୀ ଛାତ୍ରୀ ରାତିସାରା ବିଦ୍ୟାଳୟ ପରିସରରେ ରହିଯାଇଥିଲେ । ଛାତ୍ରୀଙ୍କୁ ବାହାରପଟୁ ତାଲା ପକାଇ ଶିକ୍ଷକ ମାନେ ପଳାଇଥିଲେ । ଛାତ୍ରୀ ଜଣଙ୍କ ପରିବାର ଲୋକ ରାତି ସାରା ପିଲାକୁ ଖୋଜି ଖୋଜି ନିରାଶ ହୋଇ ପଡିଥିଲେ ।

ସେପଟେ ଛାତ୍ରୀ ଜଣଙ୍କ ଝରକାର ଲୁହା ରଡ୍ ଭାଙ୍ଗି ବାହାରକୁ ଯିବାକୁ ଚେଷ୍ଟା କରି ବିଫଳ ହେବା ସହିତ ଝରକାରେ ଅଟକି ରାତିସାରା ଲହୁ ଲୁହାଣ ଅବସ୍ଥାରେ ରହିଥିଲେ । ଅସୁସ୍ଥ ଅବସ୍ଥାରେ ଛାତ୍ରୀଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହାକୁ ନେଇ ବିଦ୍ୟାଳୟ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି । ଘଟଣାସ୍ଥଳରେ ପୋଲିସ ଓ ପ୍ରଶାସନ ପହଞ୍ଚି ତଦନ୍ତ ଚଳାଇଛି ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ