ଅମୂଲ୍ୟ କୁମାର ପ୍ରଧାନ ବୋର୍ଡର ଉପସଭାପତି ନିଯୁକ୍ତ

ଭୁବନେଶ୍ବର: ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ (ଓଟିଇଟି) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ନିହାର ରଞ୍ଜନ ମହାନ୍ତି ଗିରଫ ହେବା ସହ ନିଲମ୍ବିତ ହେଲା ପରେ ରାଜ୍ୟ ସରକାର ମାଧ୍ୟମିକ ଶିକ୍ଷା ବୋର୍ଡରେ ନିଯୁକ୍ତି ନେଇ ପରିବର୍ତ୍ତନ ଆଣିଛନ୍ତି। ଅମୂଲ୍ୟ କୁମାର ପ୍ରଧାନଙ୍କୁ ବୋର୍ଡର ଉପସଭାପତି ପଦରେ ନିଯୁକ୍ତ କରାଯାଇଛି। ଏହା ସହିତ ଚକ୍ରଧର ବେହେରାଙ୍କୁ ନୂଆ ଡେପୁଟି କଣ୍ଟ୍ରୋଲ ଓ ଅମ୍ରିତା ପ୍ରୀତିନନ୍ଦାଙ୍କୁ ପରୀକ୍ଷା ନିୟନ୍ତ୍ରକ ଭାବେ ନିଯୁକ୍ତି ମିଳିଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ଜାରି ହୋଇଛି।

ନିହାର ରଞ୍ଜନ ମହାନ୍ତି ଗିରଫ ହେବା ସହ ନିଲମ୍ବିତ ହେଲା ପରେ ବୋର୍ଡର ସମ୍ବଲପୁର ଆଞ୍ଚଳିକ କାର୍ୟ୍ୟାଳୟରେ କାର୍ୟ୍ୟରତ ଅମୂଲ୍ୟ କୁମାର ପ୍ରଧାନଙ୍କୁ କଟକ ବଦଳି କରିଛନ୍ତି ରାଜ୍ୟ ସରରକାର। ଶ୍ରୀ ପ୍ରଧାନଙ୍କୁ ସରକାର ବୋର୍ଡର ନୂଆ ଉପସଭାପତି ଭାବେ ନିଯୁକ୍ତି ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଚକ୍ରଧର ବେହେରାଙ୍କୁ ନୂଆ ଡେପୁଟି କଣ୍ଟ୍ରୋଲ ଓ ଅମ୍ରିତା ପ୍ରୀତିନନ୍ଦାଙ୍କୁ ପରୀକ୍ଷା ନିୟନ୍ତ୍ରକ ଭାବେ ନିଯୁକ୍ତି ମିଳିଛି।

ସୂଚନାଯୋଗ୍ୟ, ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ କରି ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କୁ ଅଗଷ୍ଟ ୩ ତାରିଖରେ ଗିରଫ କରିଥିଲା। ଏହା ପରେ ତାଙ୍କୁ ୫ ତାରିଖରେ ସସପେଣ୍ଡ କରିଥିଲେ ସରକାର। ନିହାର ବର୍ତ୍ତମାନ ବିଚାର ବିଭାଗୀୟ ହାଜତରେ ଜେଲରେ ଅଛନ୍ତି। ଘଟଣାରେ ଏ ପର୍ୟ୍ୟନ୍ତ ୮ ଜଣ ଗିରଫ ହୋଇ ସାରିଛନ୍ତି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ