ଅର୍ଣ୍ଣବ ଅପଡେଟ୍ : ପାରାଦୀପ ବନ୍ଦରରେ ୨ ନମ୍ବର ସଙ୍କେତ

ଜଗତସିଂହପୁର:ବାତ୍ୟା ଅର୍ଣ୍ଣବ ଅକ୍ଟୋବର ୨୮ ତାରିଖରେ ଆନ୍ଧ୍ରପ୍ରଦେଶର ୟାନାମ ଓ କାକିନାଡା ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ସେହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ରୁ ୧୨୫ କିଲୋମିଟର ରହିବା ସହ ଝଟକା ପବନର ବେଗ ୧୪୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ । ବାତ୍ୟାର ପ୍ରଭାବକୁ ଦେଖି ସତର୍କତାମୂଳକ ପଦକ୍ଷେପ ବ୍ୟବସ୍ଥାକୁ ଜୋରଦାର କରିଛନ୍ତି ବନ୍ଦର କର୍ତ୍ତୃପକ୍ଷ। ନିର୍ଦ୍ଦେଶ ମିଳିବା ମାତ୍ରେ ସମସ୍ତ ମାଲବାହୀ ଜାହାଜ, କୋଷ୍ଟଗାର୍ଡ ଜାହାଜ, ଡଙ୍ଗା ଓ ଡ୍‌ରେଜରକୁ ବନ୍ଦର ଏବଂ ଲଙ୍ଗର ସ୍ଥଳୀରୁ ହଟାଇ ସମୁଦ୍ରର ସୁରକ୍ଷିତ ସ୍ଥାନକୁ ନେବା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି । ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସତର୍କ କରିବା ସହ ବାତ୍ୟା ମୁକାବିଲା ପାଇଁ ସରକାରୀ ସ୍ତରରେ ପ୍ରସ୍ତୁତି ଜାରି ରହିଛି ।

  • Related Posts

    ୧୭ଟି ଜିଲ୍ଲାରେ ଜାରି ହେଲା ଆକସ୍ମିକ ବନ୍ୟା ସୂଚନା

    ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଖୋର୍ଦ୍ଧା, ପୁରୀ, ନୂଆପଡ଼ା, ବଲାଙ୍ଗୀର ଓ ଝାରସୁଗୁଡ଼ା ଆଦି ୧୭ଟି ଜିଲ୍ଲାରେ ଆକସ୍ମିକ ବନ୍ୟା ନେଇ…

    Continue reading
    ‘ଅର୍ଣ୍ଣବ’ର ପ୍ରଭାବରେ ତଳମୁଣ୍ଡ ଅଞ୍ଚଳରେ ବନ୍ୟା ସ୍ଥିତି

    ଭୁବନେଶ୍ୱର:ସାମୁଦ୍ରିକ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ପ୍ରବଳ ପବନ ଓ ଲଗାଣ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳ, ବିଶେଷକରି ଅକ୍ଟୋବର ୨୮ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ପ୍ରମୁଖ ନଦୀଗୁଡ଼ିକର ତଳମୁଣ୍ଡ ଅଞ୍ଚଳରେ ଜଳସ୍ତର ଆଶାତୀତ ଭାବେ ବୃଦ୍ଧି ପାଇ ସ୍ୱାଭାବିକଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା