ଅସହ୍ୟ ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଅସହ୍ୟ ଜାଡରେ ଥରୁଛି ସାରା ଓଡିଶା । ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଉପକୂଳରୁ ଉପାନ୍ତ ସବୁଠି ପାରଦ ତଳମୁହାଁ । ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ରାଜଧାନୀରେ ବାଘୁଆ ଜାଡ଼ । ୯ ଡିଗ୍ରୀ ଛୁଇଁଲା ରାଜଧାନୀ ଭୁବନେଶ୍ୱରର ପାରଦ । ଜାନୁଆରୀ ମାସରେ ଭୁବନେଶ୍ୱରର ତୃତୀୟ ସର୍ବନିମ୍ନ ତାପମାତ୍ରା ରେକର୍ଡ । ଭୁବନେଶ୍ୱରର ରାତି ତାପମାତ୍ରା ୯.୪ ରେକର୍ଡ ହୋଇଛି । କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀକୁ ଖସିବା ସହ ଚଳିତବର୍ଷ ଏହା ସବୁଠୁ କମ୍ ତାପମାତ୍ରା ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି । ସେହିପରି ବାଲେଶ୍ୱର ୯.୫, ଝାରସୁଗୁଡା ୫.୮, କେନ୍ଦୁଝର ୮.୦, ସମ୍ବଲପୁର ୧୦.୦, ରାଉରକେଲା ୫.୪ ରେକର୍ଡ ହୋଇଛି ।

ଅନ୍ୟପଟେ ଏଭଳି ସ୍ଥିତି ୧୦ ତାରିଖ ସକାଳ ପର୍ୟ୍ୟନ୍ତ ଜାରି ରହିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ଶୀତ ଲହରୀ (କୋଲ୍ଡ ୱେଭ୍‌) ସତର୍କ ସୂଚନା ଜାରି କରାଯାଇଛି। ଜଗତସିଂହପୁର, କଟକ, ବାଲେଶ୍ୱର, ଖୋର୍ଦ୍ଧା, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ସୋନପୁର ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ଆସନ୍ତା ୩ ଦିନ ପରେ ରାଜ୍ୟର କିଛି ସ୍ଥାନରେ ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲାରେ ତାପମାତ୍ରା ୨-୩ ଡିଗ୍ରୀ ବୃଦ୍ଧି ପାଇବ। ୨ ଦିନ ପର୍ୟ୍ୟନ୍ତ ଏଭଳି ସ୍ଥିତି ଅପରିବର୍ତ୍ତିତ ରହି ପୁଣି ଏହା ପରେ ତାପମାତ୍ରାରେ ହ୍ରାସ ଘଟିବ ବୋଲି ପାଣିପାଗ କେନ୍ଦ୍ର ନିଜ ବୁଲେଟିନ୍‌ରେ ଦର୍ଶାଇଛି। ଶିମିଳିପାଳରେ ଚଳିତ ବର୍ଷ ସର୍ବନିମ୍ନ ତାପମାତ୍ରା ଶୂନ୍‌(୦) ଡିଗ୍ରୀ ସେଲ୍‌ସିୟସ୍‌ରେ ପହଞ୍ଚିଛି।

  • Related Posts

    State-wide fire safety mock drill on March 28

    Bhubaneswar,23/03/2026: The Housing & Urban Development Department, in collaboration with Odisha Fire Services, conducted a sensitization workshop on fire safety awareness and preparedness today. The session was aimed at synchronizing…

    Continue reading
    Heatwave Worries: Outdoor Activity Banned 11 a.m. to 3 p.m.

    Bhubaneswar, 23/03/2026: Odisha govt bans outdoor work from 11 AM to 3 PM in heatwave advisory Anticipating a rise in temperatures in April and a heightened risk of heatwave-related illnesses,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ