ଆଇଏଏସ୍‌ସ୍ତରରେ ଅଦଳବଦଳ : ମହେଶ୍ୱର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ

ଭୁବନେଶ୍ୱର, ୭ ।୧୦ : ରାଜ୍ୟରେ ଆଇଏଏସ୍‌ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି । ନବରଙ୍ଗପୁର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିବା ମହେଶ୍ୱର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ଡେପୁଟି ସେକ୍ରେଟାରୀ ଭାବେ କାର୍ଯ୍ୟରତ ୨୦୧୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ଅନ୍ୟା ଦାସଙ୍କୁ ନବରଙ୍ଗପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ସେହିପରି ୨୦୨୦ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ମଧୁମିତାଙ୍କୁ ନୂଆପଡା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ମାତୃତ୍ୱ ଛୁଟିରୁ ଫେରିବା ପରେ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ଯୋଗ ଦେଇଥିଲେ ।
ଭୁବନେଶ୍ୱର ଆଡିସ୍‌ନାଲ ରିଭିଜନାଲ କୋର୍ଟରେ ଅତିରିକ୍ତ କମିଶନର ଥିବା ପ୍ରଦୀପ କୁମାର ନାୟକଙ୍କୁ ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଣ ବିଭାଗକୁ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ଅନୁ ସଚିବ ଭାବେ କାର୍ଯ୍ୟ କରୁଥିବା ୨୦୨୩ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ଅଶନୀ ଏ ଏଲଙ୍କୁ ଭବାନୀପାଟଣାର ଉପ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ଭବାନୀପାଟଣା ଉପଜିଲ୍ଲାପାଳ ଥିବା ୨୦୨୪ ବ୍ୟାଚର ଆଇଏଏସ୍‌ କସ୍ତୁରୀ ଶା’ଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗକୁ ଅନୁ ସଚିବ ଭାବେ ବଦଳି କରାଯାଇଛି ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ