ଆଇଏଏସ୍ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ଆଇଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି । ମୋଟ ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଛି। ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୧୯୯୫ ବ୍ୟାଚ୍ ଆଇଏଏସ୍ ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସଆଇ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେ ବିଜ୍ଞାନ ଓ କାରିଗରି କୌଶଳ ବିଭାଗର ପ୍ରମୁଖ ସଚିବର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ।

ସେହିପରି ୨୦୦୮ ବ୍ୟାଚ୍ ଆଇଏଏସ୍ ଯାମିନୀ ଷଡ଼ଙ୍ଗୀଙ୍କୁ ବାଣିଜ୍ୟକର ଓ ଜିଏସଟି କମିଶନର ଭାବେ ଅବସ୍ଥାପିତ କରାଯାଇଛି। ସେ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ୨୦୧୦ ବ୍ୟାଚ୍ ଆଇଏଏସ୍ ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଆଇଏଏସ୍ ବଳବନ୍ତ ସିଂ ଏବେ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି। ସେହିପରି ୨୦୧୧ ବ୍ୟାଚ୍ ଆଇଏଏସ୍ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଶ୍ରମ କମିଶନର ଭାବେ ବଦଳି କରାଯାଇଛି। ଏବେ ଶ୍ରମ କମିଶନର ଭାବେ ଆଇଏଏସ୍ କୁଲାଙ୍ଗେ ବିଜୟ ଅମୃତ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି।
୨୦୧୨ ବ୍ୟାଚ୍ ଆଇଏଏସ୍ ପୋମା ଟୁଡ଼ୁଙ୍କୁ ଅନୁସୂଚିତ ଜନଜାତି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଡଃ ଟୁଡ଼ୁ ଏବେ ଓଡ଼ିଶା ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ସହ ଫୁଡ୍ ସେଫଟି କମିଶନର ଓ ଟିଡିସିସିଓଏଲ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱରେ ଅଛନ୍ତି । ସେହିପରି ୨୦୧୨ ବ୍ୟାଚ୍ ଆଇଏଏସ୍ ତ୍ରିଲୋଚନ ମାଝୀଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ତ୍ରିଲୋଚନ ମାଝୀ ଏବେ ରାଜସ୍ୱ ଓ ବିପର୍ୟ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ସଚିବ ଅଛନ୍ତି। ରାଜ୍ୟ କ୍ରୀଡ଼ା ନିର୍ଦ୍ଦେଶକ ୨୦୧୨ ବ୍ୟାଚ୍ ଆଇଏଏସ୍ ସିଦ୍ଧାର୍ଥ ଦାସଙ୍କୁ ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାର ଭାବେ ବଦଳି କରାଯାଇଛି।

ଓରେରା ସଚିବ ତଥା ୨୦୧୩ ବ୍ୟାଚ୍ ଆଇଏଏସ୍ ବିଜୟ କୁମାର ପୃଷ୍ଟିଙ୍କୁ ଇଷ୍ଟେଟ୍ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି ଓ ସେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ(ଏକ୍ସଅଫିସିଓ) ଭାବେ ମଧ୍ୟ କାର୍ୟ୍ୟ କରିବେ। ସେହିପରି ୨୦୧୩ ବ୍ୟାଚ୍ ଆଇଏଏସ୍ ସତ୍ୟବ୍ରତ ରାଉତଙ୍କୁ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ଆନ୍ତଃ କ୍ୟାଡ଼ର ଡେପୁଟେସନରେ ଓଡ଼ିଶା ଆସିଥିବା ୨୦୧୪ ବ୍ୟାଚ୍ ଆଇଏଏସ୍ ମୋନିକା ପ୍ରିୟଦର୍ଶିନୀଙ୍କୁ ଓଡ଼ିଶା ଜୀବିକାମିଶନର ମିଶନ ନିର୍ଦ୍ଦେଶିକା ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ହକି ପ୍ରମୋସନ କାଉନସିଲ ସିଇଓ ୨୦୧୪ ବ୍ୟାଚ୍ ଆଇଏଏସ୍ ଦୀପଙ୍କର ମହାପାତ୍ରଙ୍କୁ କ୍ରୀଡ଼ା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ୨୦୧୪ ବ୍ୟାଚ୍ ଆଇଏଏସ୍ ସ୍ମିତା ରାଉତଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶିକା ଭାବେ ଅବସ୍ଥାପିତ କରାଯାଇଛି। ସ୍ମିତା ରାଉତ ଏବେ ଅର୍ଥ ବିଭାଗର ଅତିରିକ୍ତ ସଚିବ ଅଛନ୍ତି।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ