ଆଇସିସି କମିଟି ନକଲେ ଦରମା ବନ୍ଦ: ପ୍ରଭାତୀ ପରିଡ଼ା

ଭୁବନେଶ୍ୱର:ଆଇସିସି କମିଟି ନକଲେ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ହେବ । ଗୁରୁବାର ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହାଛଡ଼ା ସେ କହିଛନ୍ତି ଯେ ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି କରିବାକୁ ଟାର୍ଗେଟ ରଖାଯାଇଛି । ଯେଉର୍ମାନେ ଭୁଲ ଅଭିଯୋଗ କରୁଛନ୍ତି ସେମାନଙ୍କ ବିରୋଧରେ ବି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି ।
ଅନ୍ୟପକ୍ଷରେ ଉଚ୍ଚଶିକ୍ଷା ବିଭାଗ ଅଧୀନ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି) ତଥ୍ୟ ଗୋଟିଏ ପୋର୍ଟାଲରେ ରହିବ। ଏନେଇ ସମସ୍ତ ମହାବିଦ୍ୟାଳୟକୁ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଉଚ୍ଚଶିକ୍ଷା ବିଭାଗ ଅଧୀନ ଆଞ୍ଚଳିକ ଶିକ୍ଷା ନିର୍ଦେଶକ ଏ ଦିଗରେ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ବିଭାଗର ଯୁଗ୍ମ ସଚିବ ମୌସୁମୀ ନାୟକଙ୍କ ଏନେଇ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରିଛନ୍ତି ଯେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ‘ସି-ବକ୍ସ’ ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଏହି ପୋର୍ଟାଲରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି(ଆଇସିସି)/ଲୋକାଲ କମିଟି, କାର୍ୟ୍ୟସ୍ଥଳୀରେ ମହିଳା ନିର୍ୟାତନା ଅଭିଯୋଗଗୁଡ଼ିକ ଗ୍ରହଣ ସହ ତା’ର ସମାଧାନ ଉପଲବ୍ଧ ରହିବ। ସମସ୍ତ ବିଭାଗସ୍ତରୀୟ/ଅଫିସ୍‌ସ୍ତରୀୟ ଆଇସିସି ଏହି ପୋର୍ଟାଲରେ ଉପଲବ୍ଧ ହେବ। ବିଭାଗ ଅଧୀନ ସରକାରୀ, ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟଗୁଡ଼ିକ ଆଇସିସିର ସମ୍ପୂର୍ଣ୍ଣ ତଥ୍ୟ ‘ସି-ବକ୍ସ’ ପୋର୍ଟାଲରେ ଅଗଷ୍ଟ ପହିଲା ସୁଦ୍ଧା ଦାଖଲ କରିବେ। ତଥ୍ୟ ଦାଖଲ ସହ ଲଗ୍‌ଇନ୍‌ ସମ୍ବନ୍ଧରେ ବିଭାଗ ପକ୍ଷରୁ ମହାବିଦ୍ୟାଳୟକୁ ଅବଗତ କରାଯାଇଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ