ଆଉ ୪ ଜିଲ୍ଲାରେ ଖୋଲିବ ମେଡ଼ିକାଲ କଲେଜ

ଭୁବନେଶ୍ୱର: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତର ଦ୍ଵିତୀୟ ଦିନରେ ଏହାର ଉଦଘାଟନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଢେଙ୍କାନାଳ, ଭଦ୍ରକ, ଜଗତସିଂହପୁର ଓ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଇକୋନୋମିକ କରିଡୋର ୬ ଲେନ ବିଶିଷ୍ଟ ରାସ୍ତା ଖୁବଶୀଘ୍ର ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, “ସ୍ୱାସ୍ଥ୍ୟ ସେବା ପାଇଁ କୋରାପୁଟବାସୀଙ୍କୁ ଆଉ ହଇରାଣ ହରକତ ହେବାକୁ ପଡିବ ନାହିଁ । ଚିକିତ୍ସା ପାଇଁ ଦୂର ଦୁରାନ୍ତ ସହରକୁ ଯାଇ ହଇରାଣ ହେବାକୁ ନପଡେ ସେଥିପାଇଁ ସରକାର ବ୍ୟବସ୍ଥା କରୁଛନ୍ତି । ଏହି ମେଡିକାଲ କଲେଜ ହସ୍ପିଟାଲ ଦ୍ବାରା କୋରାପୁଟ ସମେତ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲ୍ଲା ଏବଂ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ଲୋକମାନେ ମଧ୍ୟ ଉପକୃତ ହେବେ । ଏହି ନୂଆ ହସ୍ପିଟାଲରେ ସବୁପ୍ରକାରର ଅତ୍ୟାଧୁନିକ ଚିକିତ୍ସା ସୁବିଧା ପାଇପାରିବେ । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବର୍ଷ ବର୍ଷ ଧରି ଖାଲି ପଡିଥିବା ପଦବୀ ଅଗ୍ରାଧିକାର ଭିତ୍ତିରେ ପୂରଣ କରାଯାଉଛି । ରାଜ୍ୟରେ ବର୍ତ୍ତମାନ ୧୨ ଟି ସରକାରୀ ମେଡିକାଲ କଲେଜ ଅଛି । ଖୁବଶୀଘ୍ର ଆଉ ୪ଟି ଜିଲ୍ଲା ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ ଓ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ହେବ ।”

  • Related Posts

    କ୍ୟାବିନେଟ: ଆଇନ ଆୟୋଗର ଅଣସରକାରୀ ପୂର୍ଣ୍ଣକାଳୀନ ସଦସ୍ୟଙ୍କ ପାରିତୋଷିକ ବୃଦ୍ଧି

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ୬ ବିଭାଗର ୮ ପ୍ରସ୍ତାବ ଅନୁମୋଦନ ମିଳିଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ୨ଟି, ଗୃହ ନିର୍ମାଣ ଓ ନଗର…

    Continue reading
    କ୍ୟାବିନେଟ : ଭୂତଳ ୱେରେଜ ବ୍ୟବସ୍ଥା ପାଇଁ ଟେଣ୍ଡର

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ୬ ବିଭାଗର ୮ ପ୍ରସ୍ତାବ ଅନୁମୋଦନ ମିଳିଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ୨ଟି, ଗୃହ ନିର୍ମାଣ ଓ ନଗର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ