ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବନ୍ୟାଜଳ ହ୍ରାସ ପାଇଛି । ହେଲେ ଯନ୍ତ୍ରଣା କମିନି । ଅଧିକାଂଶ ସ୍ଥାନରୁ ପାଣି ଛାଡ଼ିଯାଇଛି । କିନ୍ତୁ ଘରେ ମାଟି, କାଦୁଅ ଜମି ରହିଛି । ଲୋକେ ପାଣି ଘେରରୁ ବାହାରିଛନ୍ତି ସତ, କିନ୍ତୁ ଯାବତୀୟ ଦୁର୍ଦ୍ଦଶାରେ ଘାଣ୍ଟି ହେଉଛନ୍ତି । କେଉଁଠି ପିଇବା ପାଣି ତ ଆଉ କେଉଁଠି ରୋଷେଇ ପାଇଁ ନୟାନ୍ତ ହେଉଛନ୍ତି । ଶହ ଶହ ହେକ୍ଟର ଚାଷଜମି ଉଜୁଡ଼ି ଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ବୋଲି ସୂଚନା ମିଳିଛି । ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ବାଲେଶ୍ୱର ଜିଲ୍ଲା । ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ବ୍ଲକ୍‌ରେ ଅଧିକ କ୍ଷୟକ୍ଷତି ହୋଇଛି । ୧୬ଟି ପଞ୍ଚାୟତର ୪୫ଟି ଗାଁ ପ୍ରଭାବିତ ହୋଇଛି । ଏବେ ବି ୫ହଜାର ୧୪୨ ଜଣ ଲୋକ ଆଶ୍ରୟସ୍ଥଳୀରେ ଅଛନ୍ତି । ୧୬ଟି ସ୍ଥାନରେ ମାଗଣା ରନ୍ଧ୍ୟାଖାଦ୍ୟ ଯୋଗାଇ ଦିଆଯାଉଛି । ୧୭ଟି ଓଡ୍ରାଫ୍‌ ଟିମ୍‌ ଓ ୧୩ଟି ଅଗ୍ନିଶମ ଟିମ୍‌ ବନ୍ୟା ପରବର୍ତ୍ତୀ ଉଦ୍ଧାର କାମରେ ନିୟୋଜିତ ହୋଇଛନ୍ତି । ଅତିରିକ୍ତ ସ୍ୱତନ୍ତ୍ର ରିଲିଫ କମିଶନର ମନୀଷ ଅଗ୍ରୱାଲ ବାଲେଶ୍ୱର ଜିଲ୍ଲାରେ ବନ୍ୟା ସ୍ଥିତିର ତଦାରଖ କରିଛନ୍ତି । ଭଦ୍ରକର ୪ଟି ପଞ୍ଚାୟତର ସବୁ ସ୍କୁଲ ମଙ୍ଗଳବାର ବି ବନ୍ଦ ରହିବ । ଜିଲ୍ଲାର ଅନେକ ପଞ୍ଚାୟତ କ୍ଷତିଗ୍ରସ୍ତ ହୋଇଛି । ଶହ ଶହ ହେକ୍ଟର ଚାଷ ଜମି ଉଜୁଡ଼ି ଯାଇଛି । ଜମିରେ ପଡ଼ିଥିବା ଧାନ ତଳି ନଷ୍ଟ ହେବା ସହ ବାଲି ଚରିଯାଇଛି । ଯାଜପୁର ଓ ଦଶରଥପୁର ବ୍ଲକର ୨୪ଟି ଗାଁ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଛି । ବନ୍ୟା କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ଘଣ୍ଟା ଭିତରେ ସହାୟତା ଦିଆଯିବ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି । ପାଗ ଅନୁକୂଳ ହେଲେ ଆସନ୍ତାକାଲି ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ପ୍ରାୟ ସବୁ ନଦୀରେ ଜଳସ୍ତର କମିଛି । ତେବେ ତଳିଆ ଅଞ୍ଚଳରୁ ପାଣି ଛାଡ଼ିବା ପାଇଁ ସମୟ ଲାଗିବ । ଯେତେଦିନ ପର୍ୟ୍ୟନ୍ତ ଲୋକେ ରିଲିଫ କେନ୍ଦ୍ରରେ ଅଛନ୍ତି, ସେମାନଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ । ଏଥିପାଇଁ ସେହି ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ