ଆକ୍ସନ ମୁଡରେ ମୋହନ ସରକାର: ୩ବିଭାଗର ସଚିବ ପଦରୁ ବିଦା ହେଲେ ବିଷ୍ଣୁପଦ

ଟେଣ୍ଡର ଫିକ୍ସିଂ ମାମଲାରେ ସିବିଆଇ ସହ ଲୁଚକାଳି ଖେଳୁଥିବା ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୋହନ ସରକାର । ଆଜି ତାଙ୍କୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହଟାଇ ଦେଇଛନ୍ତି । ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି(ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି) ଭାବେ ପନିସମେଂଟରେ ପଠାଇ ଦିଆଯାଇଛି ।
ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ଅନୁସୂଚିତ ଜାତି,ଜନଜାତି ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଆ ଭାଷାସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ପଦରୁ ହଟାଇ ଦିଆଯାଇଛି । ତାଙ୍କ ସ୍ଥାନରେ ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜିବ କୁମାର ମିଶ୍ରଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି । ଶ୍ରୀ ମିଶ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତି କରାଯାଇଥିବାବେଳେ ସେ ଅତିରିକ୍ତ ଭାବେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ସହ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୟ ଦିଆଯାଇଛି । ଶ୍ରୀ ମିଶ୍ର ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ ।
ସେହିପରି ଆନ୍ତଃକ୍ୟାଡ଼ର ଡେପୁଟେସନରେ ଆସିଥିବା ୨୦୦୬ ବ୍ୟାଚ୍ ଆଇଏଏସ୍ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରାଯାଇଛି । ଶ୍ରୀ ସାହୁଙ୍କୁ ରାଜ୍ୟ ସରକାରଙ୍କ ଅନୁରୋଧରେ କେନ୍ଦ୍ର ସରକାର ଓଡ଼ିଶା ପଠାଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଲାଂଚ କାରବାର ଓ ଟେଣ୍ଡର ଫିକ୍ସିଂ ମାମଲାରେ ସିବିଆଇ ଗତ ୧୦ତାରିଖରୁ ବିଷ୍ଣୁପଦ ସେଠୀଙ୍କୁ ହାଜର ପାଇଁ ନୋଟିସ୍ ଦେଇଥିଲେ ମଧ୍ୟ ସେ ତାହାକୁ ଏଡ଼ାଇ ଚାଲିଛନ୍ତି । ସିବିଆଇ ସହ ବିଷ୍ଣୁପଦ ଲୁଚକାଳି ଖେଳୁଥିବାବେଳେ ରାଜ୍ୟ ସରକାରଙ୍କ ଭୂମିକାକୁ ନେଇ ସନ୍ଦେହ ସୃଷ୍ଟି ହୋଇଥିଲା । ଗଣମାଧ୍ୟମରେ ଚର୍ଚ୍ଚା ପରେ ସରକାର ବିଷ୍ଣୁପଦଙ୍କ ଉପରେ ଆକ୍ସନ ନେଇଛନ୍ତି । ତାଙ୍କୁ ଆଜି ସବୁ ବିଭାଗର ହଟାଇ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ଅବସ୍ଥାପିତ କରିଛନ୍ତି । ବିଷ୍ଣୁପଦଙ୍କୁ ମଧ୍ୟ ପୂର୍ବରୁ ଏଭଳି ପନିସମେଂଟ ଭୋଗିବାକୁ ପଡ଼ିଥିଲା । ୨୦୨୩ ମସିହାରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଥିବାବେଳେ ବିଷ୍ଣୁପଦଙ୍କ ବିରୁଦ୍ଧରେ ଏଭଳି ଦୁର୍ନୀତି ଅଭିଯୋଗ ଆସିବା ପରେ ତତକାଳୀନ ସରକାର ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ପନିସମେଂଟରେ ପଠାଇ ଦେଇଥିଲେ । ୨୦୨୩ ଜୁନ୍ ମାସରୁ ଅକ୍ଟୋବର ମାସ ପର୍ଯ୍ୟନ୍ତ ସେ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ବିନା କାମରେ ଦରମା ନେଉଥିଲେ ।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ