ଆଖି ବୁଜିଲେ ନିଆଁରେ ଜଳି ଯାଇଥିବା ବାଲିପାଟଣା ବ୍ୟକ୍ତି

ନିଆଳି: ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଅଞ୍ଚଳରେ ଶୁକ୍ରବାର ଜଣେ ବ୍ୟକ୍ତି ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ତାଙ୍କ ଶରୀରର ୯୫ ଭାଗ ଜଳି ଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ବର AIIMSରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧିନ ଅବସ୍ଥାରେ ଆଜି ଭୋର ପ୍ରାୟ ୪ ଟାରେ ଏମ୍ସରେ ତାଙ୍କର ମୃତ୍ୟୁ ହୋଇଛି । ସେପଟେ ଜ୍ୟୋତିଙ୍କୁ ତାଙ୍କ ପରିବାର ଲୋକ (ସାବତ ମାଆ,ସାନଭାଇ) ଜାଳି ଦେଇଥିବା ଅଭିଯୋଗ ଆଣିଛନ୍ତି ଜ୍ୟୋତିଙ୍କ ପତ୍ନୀ ।
ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଅଞ୍ଚଳରେ ଜମିବାଡି ବିବାଦକୁ ନେଇ ଜ୍ୟୋତି ରଞ୍ଜନ ମାଠିଆ ନାମକ ଜଣେ ୪୦ ବର୍ଷୀୟ ବ୍ୟକ୍ତି ନିଜ ଘରେ କେହି ନ ଥିବାବେଳେ ଭିତର ପଟୁ କବାଟ ବନ୍ଦ କରି ସେ ଜୀବନ ହାରିବା ପାଇଁ ଉଦ୍ୟମ କରିଥିଲେ । ବାଲିପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବ୍ୟକ୍ତିଙ୍କୁ ଉଦ୍ଧାର କରିଥିଲା । ପ୍ରଥମେ ତାଙ୍କୁ ବାଲିପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆ ଯାଇଥିଲା । ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ AIIMSକୁ ସ୍ଥାନାନ୍ତର କରାଯାଇଥିଲା । ତାଙ୍କ ଶରୀରର ପ୍ରାୟ ୯୫ ପ୍ରତିଶତ ଭାଗ ଜଳିଯାଇଥିଲା । ଆଜି ଭୋର ସମୟରେ ତାଙ୍କର ମୃତ୍ୟୁ ଘଟିଛି ।

ପ୍ରାଥମିକ ସୂଚନା ଅନୁସାରେ, ସମ୍ପତି ବଣ୍ଟାକୁ କେନ୍ଦ୍ର କରି ଏଭଳି ଘଟିଥିବା ଜଣାପଡିଛି । ଜ୍ୟୋତି ରଞ୍ଜନଙ୍କ ପତ୍ନୀ ଏକ ଘରୋଇ ବିଦ୍ୟାଳୟରେ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରନ୍ତି । ତାଙ୍କର ୧୨ ବର୍ଷର ପୁଅ ଅଛି । ଏନେଇ ପୀଡ଼ିତଙ୍କ ପତ୍ନୀ ବିଜୟ ଲକ୍ଷ୍ମୀ ଥାନାରେ ଲିଖିତ ଅଭିଯୋଗ କରିବା ପରେ ବାଲିପାଟଣା ପୋଲିସ୍ ପୀଡ଼ିତଙ୍କ ବାପା ଅବସରପ୍ରାପ୍ତ ପୋଲିସ କର୍ମଚାରୀ ସୁରେନ୍ଦ୍ର ନାଥ ମଠିଆ ଓ ସାନ ଭାଈ ପ୍ରଶାନ୍ତ ମଠିଆଙ୍କୁ ପଚରାଉଚରା କରି ଥାନାରେ ଅଟକ ରଖିଛନ୍ତି । ତଦନ୍ତ ଜାରି ରହିଛି ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ