ଆଗପଛ ହୋଇ ଆସୁଛି ତିନୋଟି ଲଘୁଚାପ

ଭୁବନେଶ୍ବର: ଅକ୍ଟୋବର ଶେଷ ସୁଦ୍ଧା ଆଗପଛ ହୋଇ ଆସୁଛି ତିନୋଟି ଲଘୁଚାପ। ଆଜି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଆସନ୍ତା ୨୬ରେ ଦକ୍ଷିଣ ବଙ୍ଗୋପସାଗର ଏବଂ ୨୯ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ୨୬ ଓ ୨୯ରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପାଇଁ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ସମ୍ଭାବ୍ୟ ଲଘୁଚାପ ଉପରେ ଅଧିକ ସ୍ପଷ୍ଟ ଆକଳନ କରାଯାଇ ପାରିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି। କେତେକ ବିଦେଶୀ ପାଣିପାଗ ସଂସ୍ଥା ଦ୍ବିତୀୟ ଓ ତୃତୀୟ ଲଘୁଚାପ ସଂକ୍ରାନ୍ତରେ ବାତ୍ୟା ଆକଳନ କରିଛନ୍ତି। ପୁଣି ସମ୍ଭାବ୍ୟ ଲଘୁଚାପକୁ ନେଇ ଆଉ କେତେକ ମଡେଲ ସାମୁଦ୍ରିକ ଝଡ଼ ଆକଳନ କରିଥିବା କୁହାଯାଉଛି, ହେଲେ ଭାରତୀୟ ପାଣିପାଗ ବିଭାଗ ଏସଂକ୍ରାନ୍ତରେ କିଛି ହେଲେ ସ୍ପଷ୍ଟ କରିନାହିଁ।
ସାଧାରଣ ଭାବେ ଅକ୍ଟୋବର ଆସିଲେ ବାତ୍ୟା ଭୟ ରାଜ୍ୟବାସୀଙ୍କ ମନରେ ଛନକା ଭରିଦିଏ। ୧୯୯୯ ମସିହା ମହାବାତ୍ୟାରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିଲା। ଚଳିତ ବର୍ଷ ସପ୍ତାହକ ମଧ୍ୟରେ ଆଗପଛ ହୋଇ ଦୁଇଟି ଲଘୁଚାପ ଆସୁଥିବାରୁ ବାତ୍ୟା ଆଶଙ୍କା କଲାଣି। ଆଜି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ପରବର୍ତ୍ତୀ ସମୟରେ ଦକ୍ଷିଣ-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତ ରୂପ ନେଇପାରେ।
ବୁଧବାର ଅପରାହ୍ଣରେ ସମ୍ଭାବ୍ୟ ଅବପାତ ଉତ୍ତର ତାମିଲନାଡୁ, ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବ। ପରବର୍ତ୍ତୀ ୨୪ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ଏବଂ ଉତ୍ତର ତାମିଲନାଡୁ, ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଆସିପାରେ। ଏହାର ପ୍ରଭାବରେ ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ କେରଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଓଡ଼ିଶାରେ ପ୍ରବଳ ବର୍ଷା ସଂକ୍ରାନ୍ତରେ ପାଣିପାଗ ବିଭାଗ ପକ୍ଷରୁ କିଛି ସୂଚନା ଦିଆଯାଇ ନାହିଁ; କିନ୍ତୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁଯାୟୀ, ଆସନ୍ତା ୪ଦିନ ପର୍ୟ୍ୟନ୍ତ ଦକ୍ଷିଣ, ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ଥିବା ସ୍ପଷ୍ଟ କରିଛି। ତେବେ ବାତ୍ୟା ନେଇ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡ. ମନୋରମା ମହାନ୍ତି।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ