ଆଗାମୀ ୭ ଦିନ କାଳବୈଶାଖୀର ସମ୍ଭାବନା

ଭୁବନେଶ୍ବର: ବିଗତ କିଛି ଧରି ରାଜ୍ୟବ୍ୟାପି ବର୍ଷା ଜାରି ରହିଲା ପରେ ଏବେ ପୁଣି ଖରା ଆରମ୍ଭ ହୋଇଯାଇଛି। ଗ୍ରୀଷ୍ମଋତୁ ଜାରି ଥିବାରୁ ଆହୁରି କିଛି ଖରା ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ପ୍ରେସ୍ ରିଲିଜ୍ ଜାରି କୁହାଯାଇଛି ଯେ, ଆଗାମୀ ୭ ଦିନ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି। ଭୁବନେଶ୍ବରସ୍ଥିତ ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଜୁନ ୨ ତାରିଖ ପାଇଁ କିଛି ରାଜ୍ୟର କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟାହ୍ନ ଓ ସନ୍ଧ୍ୟା ସମୟରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି।ଜୁନ୍ ୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର ଓ ଭଦ୍ରକ ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ (୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି।
ପାଣିପାଗ କେନ୍ଦ୍ର ଅନୁସାରେ ଜୁନ୍ ୪ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା-ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି। ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ଉଷ୍ମ ଏବଂ ଆର୍ଦ୍ର ଅବସ୍ଥା ସମ୍ଭାବନା ରହିଛି। ଜୁନ୍ ୫ ତାରିଖରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ପାଗ ଉଷ୍ମ ଏବଂ ଆର୍ଦ୍ର ଅବସ୍ଥା ରହିବ।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜୁନ୍ ୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ଓ କଳାହାଣ୍ଡି ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା, ବଜ୍ରପାତର ସମ୍ଭାବନା ରହିଥିବାବେଳେ ଜୁନ୍ ୭ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତର ସମ୍ଭାବନା ରହିଛି ବୋଲି ସତର୍କ କରାଇଛି। ଜୁନ୍ ୮ ତାରିଖରୁ ଜୁନ୍ ୧୧ ତାରିଖ ପର୍ୟ୍ୟନ୍ତ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ