ଆଜିଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା

ଭୁବନେଶ୍ବର: ଆଜିଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅଙ୍ଗନବାଡି, ଶିଶୁବାଟିକାଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ୟ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ସେ ଏହି ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ୟ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହୋଇଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲାମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଏପ୍ରିଲ ୨୩ ତାରିଖରୁ ଅନ୍ୟାଦେଶ ପର୍ୟ୍ୟନ୍ତ ଛୁଟି ଘୋଷଣା କରିଛନ୍ତି।ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ। ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ହଷ୍ଟେଲ ପିଲାମାନେ ଚାହିଁଲେ, ଏହି ଛୁଟି ସମୟରେ ହଷ୍ଟେଲରେ ରହିପାରିବେ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ