ଆଜିଠୁ ଏସ୍‌ଓଏସ୍‌ସି ପରୀକ୍ଷା

କଟକ: ଆଜିଠୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଷ୍ଟେଟ୍‌ ଓପନ ସ୍କୁଲ୍‌ ସାର୍ଟିଫିକେଟ୍‌ (ଏସ୍‌ଓଏସ୍‌ସି) ପରୀକ୍ଷା। ହୋମ୍‌ ସାଇନ୍ସ ଥିଓରି ପରୀକ୍ଷ ସୋମବାର ସକାଳ ୯ ଟାରୁ ଆରମ୍ଭ ହୋଇ ୧୧ଟା ପର୍ୟ୍ୟନ୍ତ ଚାଲିବ । ସେହିପରି ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୧ରୁ ଆରମ୍ଭ ହେବ । ୬ଟି ବିଷୟରେ ହେବାକୁ ଥିବା ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ସକାଳ ୯ ଟାରୁ ଆରମ୍ଭ ହୋଇ ୧୧ ଟା ୩୦ ମିନିଟ୍‌ରେ ଶେଷ ହେବ । କେବଳ ଗଣିତ ପରୀକ୍ଷା ପାଇଁ ଅତିରିକ୍ତ ୧୫ ମିନିଟ୍‌ ସମୟ ଦିଆଯାଇଛି ବୋଲି ବୋର୍ଡ ପକ୍ଷରୁ ସମୟ ନିର୍ଘଣ୍ଟ ଜାରି କରାଯାଇଛି ।

୨୦୨୫ ମାଟ୍ରିକ୍‌ ପରୀକ୍ଷାରେ ଅନୁପସ୍ଥିତ, ଫେଲ୍‌ ଏବଂ ଏମ୍‌ପି ହୋଇଥିବା ପରୀକ୍ଷାର୍ଥୀ ମିଶି ୩ ହଜାର ୨୩୨ ଜଣ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ପାଇଁ ଆବେଦନ କରିଛନ୍ତି । ସେହିପରି ଏସ୍‌ଓଏସ୍‌ସି ପରୀକ୍ଷା ପାଇଁ ୧୦ ହଜାର ୮୦୯ ଜଣ ପରୀକ୍ଷାର୍ଥୀ ଆବେଦନ କରିଛନ୍ତି । ସପ୍ଲିମେଣ୍ଟାରୀ ପରୀକ୍ଷାର୍ଥୀଙ୍କ ପାଇଁ ୯୮ ଟି ପରୀକ୍ଷା କେନ୍ଦ୍ର ଓ ଏସ୍‌ଓଏସ୍‌ସି ପରୀକ୍ଷା ୧୦୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ଏହି ଦୁଇଟି ଯାକ ପରୀକ୍ଷା ପାଇଁ ସମସ୍ତ କେନ୍ଦ୍ରରେ ଗତକାଲି ସୁଦ୍ଧା ପ୍ରଶ୍ନପତ୍ର ଓ ଖାତା ଆଦି ପହଞ୍ଚି ସାରିଥିବା ବୋର୍ଡ ପକ୍ଷରୁ କୁହାଯାଇଛି । ପରୀକ୍ଷାର୍ଥୀଙ୍କ ସଂଖ୍ୟା କମ୍‌ ରହିଥିଲେ ମଧ୍ୟ ପରୀକ୍ଷା ପରିଚାଳନା ବ୍ୟବସ୍ଥାରେ ଯେପରି କୌଣସି ବିଭ୍ରାଟ ନହୁଏ ସେଥିଲାଗି ସେଣ୍ଟର୍‌ ସୁପରିଟେଣ୍ଡେଣ୍ଟ୍‌ମାନଙ୍କୁ ସତର୍କ କରାଇ ଦିଆଯାଇଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ