ଆଜିଠୁ କମିବ କାଳବୈଶାଖୀ

ଭୁବନେଶ୍ବର: ଘୂର୍ଣ୍ଣିବଳୟ ଏବଂ ନିମ୍ନଚାପରେଖା ସକ୍ରିୟ ଥିଲେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଥାଏ, କିନ୍ତୁ ବର୍ତ୍ତମାନ ରାଜ୍ୟ ଉପରେ କୌଣସି ଘୂର୍ଣ୍ଣିବଳୟ କି ନିମ୍ନଚାପରେଖା ସକ୍ରିୟ ନାହିଁ। କିନ୍ତୁ ବଙ୍ଗୋପସାଗରରୁ ରାଜ୍ୟ ମଧ୍ୟକୁ ଜଳୀୟବାଷ୍ପ ବାୟୁ ପ୍ରବେଶ କରୁଛି। ଏହାର ପ୍ରଭାବରେ କାଳବୈଶାଖୀ ହେଉଛି। ରାଜ୍ୟର ଅନେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେଉଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ପୂର୍ବାପେକ୍ଷା ଗୁରୁବାରଠାରୁ କାଳବୈଶାଖୀ ହ୍ରାସ ପାଇବ, ହେଲେ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ଝଡ଼ବର୍ଷା ହେବ। ଆସନ୍ତା ୫ଦିନ ପର୍ୟ୍ୟନ୍ତ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବିକ୍ଷିପ୍ତ ଭାବେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ବଜ୍ରପାତ ସମୟରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିପାରେ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଆର୍ଦ୍ରତା ଅଧିକ ରହିବ, ଯାହା ଫଳରେ ଗୁଳୁଗୁଳି ଅନୁଭୂତ ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର ଏବଂ ମାଲକାନଗିରି ଜିଲାକୁ କାଳବୈଶାଖୀଜନିତ ବଜ୍ରପାତ, ଝଡ଼ତୋଫାନ ଏବଂ କୁଆପଥର ମାଡ଼ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବଙ୍ଗୋପସାଗରରୁ ପ୍ରବେଶ କରୁଥିବା ଆର୍ଦ୍ର ପବନ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ଆଶ୍ବସ୍ତି ମିଳିବ।

  • Related Posts

    ରାଜ୍ୟରେ ହେବ ୨୩ଟି ଟ୍ରକ ଟର୍ମିନାଲ: ମନ୍ତ୍ରୀ

    ଭୁବନେଶ୍ବର: ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ସୁପ୍ରିମ କୋର୍ଟଙ୍କ କଠୋର ନିର୍ଦ୍ଦେଶ ପରେ ସଡ଼କ ସୁରକ୍ଷାକୁ ନେଇ ଓଡିଶାରେ ଆଲର୍ଟ । ରାଜ୍ୟର ବାଣିଜ୍ୟ ଓ ପରିବହନ ବିଭାଗ ସମସ୍ତ ବିଭାଗ, ଜିଲ୍ଲା ପ୍ରଶାସନ ଓ ପୁଲିସକୁ ଏହି ନିର୍ଦ୍ଦେଶଗୁଡ଼ିକୁ କଡ଼ାଭାବେ…

    Continue reading
    ମେଟ୍ରୋ ବଦଳରେ ଗଡ଼ିବ ବସ

    ଭୁବନେଶ୍ବର: କଟକ-ଭୁବନେଶ୍ବରରେ ଚାଲିବ ମେଟ୍ରୋ । ଏ ସ୍ବପ୍ନ ଅନେକ ଦିନ ଆଗରୁ ଦେଖି ଆସୁଛନ୍ତି ଟ୍ବିନସିଟିବାସୀ । ଆଉ ପୂର୍ବ ସରକାର ସମୟରେ ଏଥିପାଇଁ କାମ ମଧ୍ୟ ଆରମ୍ଭ ହେଲା । ହେଲେ ଏବେ ଏହି ମେଟ୍ରୋ ପ୍ରକଳ୍ପ ଅନିଶ୍ଚିତତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ