ଆଜିଠୁ କୋଣାର୍କରେ ଦୁଇ ଦିନିଆ ଖଣି ମନ୍ତ୍ରୀ ସମ୍ମିଳନୀ

ଭୁବନେଶ୍ବର: ଆଜିଠୁ କୋଣାର୍କରେ ଆରମ୍ଭ ହେବାକୁ ଯାଉଛି ଦୁଇ ଦିନିଆ ଖଣି ମନ୍ତ୍ରୀ ସମ୍ମିଳନୀ । ଏଥିରେ ସମସ୍ତ ରାଜ୍ୟର ଖଣି ମନ୍ତ୍ରୀ ମାନେ ଯୋଗ ଦେବେ । ଆଜିଠୁ ଆରମ୍ଭ ହେବାକୁ ଥିବା ଏହି ସମ୍ମିଳନୀ ଆସନ୍ତାକାଲି ପର୍ୟ୍ୟନ୍ତ ଚାଲିବ । କେନ୍ଦ୍ର ଖଣି ମନ୍ତ୍ରୀ ଜି.କିଶନ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଯୋଗ ଦେବେ ।
ତୃତୀୟ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ କୋଣାର୍କରେ ଅନୁଷ୍ଠିତ ହେବାକୁ ଯାଉଛି । ଜାନୁଆରୀ ୨୦ ଓ ଜାନୁଆରୀ ୨୧ ଦୁଇ ଦିନ ପର୍ୟ୍ୟନ୍ତ ଚାଲିବ । ଏଥିରେ ଏକାଧିକ ରାଜ୍ୟର ଖଣି ମନ୍ତ୍ରୀ, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଓ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେବେ ।ଏହି ସମ୍ମିଳନୀରେ ଆଗାମୀ ଦିନରେ ନିଲାମ ହେବାକୁ ଥିବା ଖଣି ସମ୍ପର୍କରେ ନିଷ୍ପତ୍ତି ହୋଇପାରେ । ଖଣି କ୍ଷେତ୍ରର ନିରାପତ୍ତା, ପରିବେଶ ସମସ୍ୟା ଓ ପରିବହନ ଆହ୍ବାନ ଭଳି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇପାରେ । ଖଣିଜ ସମ୍ପଦର ସମ୍ଭାବନାକୁ ଉନ୍ମୋଚନ ଓ ବିକଶିତ ଭାରତ ୨୦୪୭ ପରିକଳ୍ପନାରେ ଦେଶର ବିକାଶରେ ଯୋଗଦାନ କରିବା ଏହାର ଉଦ୍ଦେଶ୍ୟ ।

  • Related Posts

    ଛାତ୍ରୀଙ୍କୁ ନିର୍ୟାତନା: ପଦରୁ ହଟିଲେ ଓଡ଼ିଆ ବିଭାଗ ଏଚ୍‌ଓଡି

    ବାଲେଶ୍ୱର: ଜଣେ ଛାତ୍ରୀଙ୍କୁ ନିର୍ୟାତନା ଦେବା ଅଭିଯୋଗରେ ଫକୀର ମୋହନ ସ୍ୱୟଂଶାସିତ କଲେଜର ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ (ଏଚ୍‌ଓଡି) ତଥା ଆସିଷ୍ଟାଣ୍ଟ ପ୍ରଫେସର ଡ. ସନ୍ତୋଷ କୁମାର ନାୟକଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି।ଏହି ମାମଲାକୁ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

    Continue reading
    ଝାଡ଼ାବାନ୍ତିରେ ଛାତ୍ରୀଙ୍କ ମୃତ୍ୟୁ, ପ୍ରଧାନଶିକ୍ଷକ ନିଲମ୍ବିତ

    ରାସଗୋବିନ୍ଦପୁର: ଦୁଇ ଦିନ ତଳେ ସକାଳେ ପଖାଳ ଭାତ ଓ ଆଳୁ ଚଟଣୀ ଖାଇବା ପରେ ଝାଡ଼ାବାନ୍ତି ହେବାରୁ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ୍‌ କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲର ପ୍ରାୟ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ