ଆଜିଠୁ ବଜେଟ୍‌ ଅଧିବେଶନ: ରାଜ୍ୟପାଳ ରଖିବେ ଅଭିଭାଷଣ

ଭୁବନେଶ୍ୱର: ଆଜି ଆରମ୍ଭ ହେବାକୁ ଯାଉଛି ବିଧାନସଭା ବଜେଟ ଅଧିବେଶନ । ଆଜି ରାଜ୍ୟପାଳ ହରିବାବୁ କାମ୍ଭମପତିଙ୍କ ଅଭିଭାଷଣରୁ ଗୃହକାର୍ୟ୍ୟ ଆରମ୍ଭ ହେବ । ୧୭ ତାରିଖରେ ଆର୍ଥିକବର୍ଷ ୨୦୨୫-୨୬ ପାଇଁ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ଏଥର ବିଧାନସଭା ଗୃହକାର୍ୟ୍ୟଶୈଳୀ ବଦଳିଛି । ସ୍ମାର୍ଟ ହେବେ ବିଧାୟକ । ଆଜିଠୁ ପେପରଲେସ୍ ହେଲା ବିଧାନସଭା । ପେପର ନୁହେଁ ଟ୍ୟାବରେ ପଢିବେ ବିଧାୟକ । ବିଧାନସଭାରେ ୧୪୭ ବିଧାୟକଙ୍କ ଆସନରେ ଲାଗିଲା ଟ୍ୟାବ । ଆଉ ପ୍ରଶ୍ନୋତ୍ତର କିମ୍ଭା କୌଣସି ପ୍ରସ୍ତାବ କାଗଜ ଜରିଆରେ କରିବେନି ବିଧାୟକ । ନେଭା ) ତରଫରୁ ହୋଇଛି ବ୍ୟବସ୍ଥା । ବିନା କାଗଜରେ ପ୍ରଶ୍ନୋତ୍ତର କିମ୍ବା ପ୍ରସ୍ତାବ ପଢ଼ିବେ ବିଧାୟକ ।ଏବେଠୁ ପେପର ଲେସ ହେଲା ବିଧାନସଭା । ପେପର ନୁହେଁ ଟ୍ୟାବରେ ପଢିବେ ବିଧାୟକ । ବିଧାନସଭାରେ ୧୪୭ ବିଧାୟକଙ୍କ ଆସନରେ ଲାଗିଲା ଟ୍ୟାବ । ଆଉ ପ୍ରଶ୍ନୋତ୍ତର କିମ୍ଭା କୌଣସି ପ୍ରସ୍ତାବ କାଗଜ ଜରିଆରେ କରିବେନି ବିଧାୟକ । ନେଭା ତରଫରୁ ହୋଇଛି ଏହି ବ୍ୟବସ୍ଥା । ଏହି ବ୍ୟବସ୍ଥାର ଶୁଭରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଟେକ୍ନୋଲୋଜି ସହ ତାଳ ଦେଇ ଆଗକୁ ବଢୁଛି ଯୁଗ । ଆଉ ବିଧାନସଭା ଏବେ ହେଲା ପେପର ଲେସ୍ । ଗୃହର ସଦସ୍ୟ ମାନେ ବ୍ୟବହାର କରିବେ ଟ୍ୟାବ । ଆସନ୍ତା କାଲିଠୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ବଜେଟ ଅଧିବେଶନ । ଏହି ଅଧିବେଶନରେ ପେପର ଲେସ ହେବ ଅର୍ଥାତ ବିଧାୟକ ମାନେ ଟ୍ୟାବ ବ୍ୟବହାର କରିବେ । ଏହା ଦ୍ୱାରା କାର୍ୟ୍ୟଶୈଳୀ ଅଧିକ ସହଜ ହେବ । ଏହା ମାଧ୍ୟମରେ ସାରା ଦେଶ ସହ ସଂଯୋଗ କରିହେବ । ଏନେଇ ସ୍ୱତନ୍ତ୍ର ତାଲିମ ବ୍ୟବସ୍ଥାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ