ଆଜିଠୁ ବଢ଼ିବ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ରବିବାରଠାରୁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ବଢ଼ିପାରେ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ୪୦ରୁ ୫୦ କିମି ବେଗରେ ପବନ ବହିବ । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କୁଆପଥର ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି । ସେହିଭଳି ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୭ ଓ ୮ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।ଝାରସୁଗୁଡ଼ା, ତାଳଚେର, ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା । ତାଳଚେରରେ ସର୍ବାଧିକ ୪୦.୨ ଡିଗ୍ରୀ ରେକର୍ଡ ହୋଇଛି । ଶନିବାର ଚାନ୍ଦବାଲି ଓ ଭଦ୍ରକର କିଛି ସ୍ଥାନରେ ବର୍ଷା ହୋଇଥିଲା । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଖରା ସାଙ୍ଗକୁ ତାତି ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା ।

  • Related Posts

    ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି

    ପୁରୀ: ଆଜି ସରିବ ବାହାର ରତ୍ନ ଭଣ୍ଡାର ଗଣତି ମଣତି। ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି। ଆସନ୍ତା…

    Continue reading
    କ୍ୟାବିନେଟ ନିଷ୍ପତ୍ତି : କେନ୍ଦୁଝର ଜିଲ୍ଲାରେ ୧୬୪୭କୋଟି ଟଙ୍କାର ଅତ୍ୟାଧୁନିକ ଗ୍ରୀଡ୍ ସବଷ୍ଟେସନ

    ଭୁବନେଶ୍ୱର: ରାଜ୍ୟରେ ଶକ୍ତି, ପରିବହନ ଓ ପାନୀୟ ଜଳ କ୍ଷେତ୍ର ସମେତ ୫ଟି ବିଭାଗର ମୋଟ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ କେନ୍ଦୁଝରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ