ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଶୁକ୍ରବାରଠାରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହେବ। ବିଶେଷକରି ପଶ୍ଚିମ, ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷକରି ସୁନ୍ଦଗରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଝଡ଼ବର୍ଷା ନେଇ ସତର୍କ କରାଯାଇଛି।
ଅପରପକ୍ଷେ ଗୁରୁବାର ୧୦ ସହରର ତାପମାତ୍ରା ୩୪ ଡିଗ୍ରୀ ଉପରେ ରହିଥିଲା। ଭଦ୍ରକରେ ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀ ରେକର୍ଡ କରାଯାଇଥିଲା।

  • Related Posts

    ratna bhander puri ୩୧ରେ ହେବ ରତ୍ନଭଣ୍ଡାରର ଗଣତି ମଣତି

    ପୁରୀ: ଆସନ୍ତା ଅଗଷ୍ଟ ୩୧ ତାରିଖ ଓ ସେପ୍ଟେମ୍ବର ୧ ତାରିଖ ଦୁଇଦିନ ରତ୍ନଭଣ୍ଡାର ଗଣତି ମଣତି କରାଯିବ। ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏହି ଗଣତି ମଣତି କରାଯିବ।…

    Continue reading
    low pressur rain ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ

    ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଗତକାଲି ମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ, ଆଜି ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ଅଞ୍ଚଳ ଉପରେ ବାୟୁମଣ୍ଡଳର ୫.୮…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ