ଆଜି ଆସୁଛନ୍ତି ରାହୁଲ

ଭୁବନେଶ୍ବର: ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ, ଏଆଇସିସି ସାଧାରଣ ସମ୍ପାଦକ (ସଙ୍ଗଠନ) କେ.ସି ଭେନୁଗୋପାଳ। ଏଥିପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି) ପକ୍ଷରୁ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି। ବରମୁଣ୍ଡା ପଡ଼ିଆ ଓ କଂଗ୍ରେସ ଭବନ ଚଳଚଞ୍ଚଳ ହୋଇଛି। ସମ୍ବିଧାନ ବଞ୍ଚାଅ, ଦେଶ ବଞ୍ଚାଅ ନାରା ଦେଇ ରାହୁଲ ଓଡ଼ିଶା ଆସୁଥିବା ବେଳେ ବରମୁଣ୍ଡା ପଡ଼ିଆରେ ଆୟୋଜିତ ହେବ ସଭାକାର୍ୟ୍ୟ। ତେବେ ରାହୁଲଙ୍କ ସଭା ପୂର୍ବରୁ କଂଗ୍ରେସକୁ ଡ୍ରାଇଭର ମହାସଂଘ ତରଫରୁ ଆଶ୍ବସ୍ତି ମିଳିଛି। କଂଗ୍ରେସର ସଭାକୁ ଆସୁଥିବା କୌଣସି ଗାଡ଼ିକୁ ଅଟକା ଯିବନି ବୋଲି ଡ୍ରାଇଭର ମହାସଂଘ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏନେଇ ପୂର୍ବରୁ କଂଗ୍ରେସ ପକ୍ଷରୁ ମହାସଂଘକୁ ଚିଠି ଲେଖାଯାଇ ଅନୁରୋଧ କରାଯାଇଥିଲା। ମହାସଂଘ ଏହା ଉପରେ ବିଚାର କରି ଉପରୋକ୍ତ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ତେବେ ରାଜ୍ୟ ସରକାର ସେମାନଙ୍କୁ ଦାବି ପୂରଣ ନ କରିବା ପର୍ୟ୍ୟନ୍ତ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରହିବ ବୋଲି ସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି। ପୂର୍ବାହ୍ଣ ସାଢ଼େ ୯ଟାରେ ରାହୁଲ ଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ଆସି ୧୧ଟା ୩୦ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ବରମୁଣ୍ଡା ପଡ଼ିଆ ଯିବେ। ମଧ୍ୟାହ୍ନ ୧୨ଟାରୁ ଅପରାହ୍ଣ ୧ଟା ୪୫ ମିନିଟ ପର୍ୟ୍ୟନ୍ତ ସଭାକାର୍ୟ୍ୟ ଚାଲିବ। ଅପରାହ୍ଣ ୩ଟାରେ ରାହୁଲ, ଖଡ୍‌ଗେ ଏବଂ ଭେନୁଗୋପାଳ କଂଗ୍ରେସ ଭବନରେ ରାଜନୈତିକ ବ୍ୟାପାର କମିଟି, ପିସିସି ସଭାପତି, ବିଧାୟକଙ୍କ ସହିତ ସାଙ୍ଗଠନିକ ବିଷୟରେ ଆଲୋଚନା କରିବେ। ଅପରାହ୍ଣ ୪ଟା ୪୫ମିନିଟରେ କଂଗ୍ରେସ ଭବନରୁ ବିମାନ ବନ୍ଦର ଅଭିମୁଖେ ବାହାରି ସନ୍ଧ୍ୟା ୫ଟାରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ