ଆଜି ଇସ୍ତଫା ଦେବେ ମଞ୍ଜୁଲତା ଓ ମୁକ୍ତିକାନ୍ତ

ଭଦ୍ରକ: ଭଦ୍ରକରେ ଭଶୁଡୁଛି ବିଜେଡି ଗଡ଼। ଆଜି ଇସ୍ତଫା ଦେବେ ପୂର୍ବତନ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ ଧାମନଗର ବିଧାୟକ ମୁକ୍ତିକାନ୍ତ ମଣ୍ଡଳ । ପୂର୍ବତନ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ବିଜେଡି ନେତା ଶଶି ସାହୁ ମଧ୍ୟ ଦେବେ ଇସ୍ତଫା।

ସେହିପରି ସୁମୁଳିଆ ବିଧାୟିକା ପ୍ରାର୍ଥିନୀ ସୁବାସିନୀ ସାହୁ ମଧ୍ୟ ଦଳ ଛାଡ଼ିବେ। ଏହା ଛଡା ଅନେକ ସରପଞ୍ଚ ଓ ସମିତି ସଭ୍ୟଙ୍କ ସମେତ ୫୦୦ରୁ ଊର୍ଦ୍ଧ୍ୱ କର୍ମୀ ଇସ୍ତଫା ଦେବେ ବୋଲି ସୂଚନା ମିଳିଛି। ଗତ ଏପ୍ରିଲ ୬ ତାରିଖରେ ମଞ୍ଜୁଲତା ମଣ୍ଡଳ ଓ ମୁକ୍ତିକାନ୍ତ ମଣ୍ଡଳଙ୍କୁ ନିଲମ୍ବନ କରିଥିଲା ବିଜେଡି।

ପ୍ରକାଶ ଯେ ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ମୁକ୍ତିକାନ୍ତଙ୍କ ପତ୍ନୀ ତଥା ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିଲା । ଦଳ ବିରୋଧୀ କାର୍ୟ୍ୟ ପାଇଁ ଉଭୟଙ୍କ ବିରୋଧରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ କାର୍ୟ୍ୟାନୁଷ୍ଠାନ ନେଇଥିଲେ । ନବୀନଙ୍କ ନିର୍ଦେଶ କ୍ରମେ ଉଭୟଙ୍କୁ ନିଲମ୍ବନ କରାଯାଇଥିଲା । ମୁକ୍ତିକାନ୍ତ ମଣ୍ଡଳ ୨୦୧୪ରେ ଧାମନଗର ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେହିପରି ମଞ୍ଜୁଲତା ମଣ୍ଡଳ ୨୦୧୯ ଲୋକସଭା ଆସନରେ ବିଜେଡିରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ।

  • Related Posts

    ୩୩% ସଂରକ୍ଷଣ ପ୍ରସଙ୍ଗରେ ଅଧିବେଶନ: ମନ୍ତ୍ରୀ

    ଭୁବନେଶ୍ୱର:ଆସନ୍ତା ୩୦ ତାରିଖ ଦିନ ବିଧାନସଭାର ଦିନିକିଆ ସ୍ୱତନ୍ତ୍ର ଅଧିବେଶନକୁ ବିଜେଡି ବିଧାୟକ ଅରୁଣ ସାହୁ କଟାକ୍ଷ କରିଥିବାବେଳେ ବେଳେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ତାଙ୍କୁ କାଉଣ୍ଟର କରିଛନ୍ତି । ଶ୍ରୀ ମଲ୍ଲିକ କହିଛନ୍ତି ଯେ ସଂସଦ ଓ ବିଧାନସଭାରେ ମହିଳାମାନଙ୍କ…

    Continue reading
    ସ୍ୱତନ୍ତ୍ର ଅଧିବେଶନ ଡାକି ଡ୍ରାମା କରୁଛନ୍ତି: ଅରୁଣ

    ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଦିନ ବିଧାନସଭାର ଦିନିକିଆ ସ୍ୱତନ୍ତ୍ର ଅଧିବେଶନ ବସିବ । ରାଜ୍ୟ ସରକାର ଏହି ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି । ଯେଉଁଥିରେ ଭାରତୀୟ ଗଣତନ୍ତ୍ରରେ ମହିଳାମାନଙ୍କ ଯୋଗଦାନ ସମ୍ପର୍କରେ ଆଲୋଚନା ହେବ । ତେବେ ବିଧାନସଭାର ଏହି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର