ଆଜି ଏହି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର:ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଛି। ଏହି ଅବପାତ କ୍ରମଶଃ ଦୁର୍ବଳ ହୋଇ ପୁଣି ଲଘୁଚାପରେ ପରିଣତ ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ୧୫ ଜିଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ ଓ ସମ୍ବଲପୁରକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବେଗରେ ପବନ ବହିବ। ଉପକୂଳ ଓ ଏହାର ଆଖପାଖ ଅଞ୍ଚଳ, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରଭିତରକୁ ଯିବାକୁ ବାରଣ କରାଯାଇଛି। ୩୦ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ ଓ ୩୧ରୁ ବର୍ଷା କମିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

  • Garvita Odia

    Related Posts

    ବାତିଲ ହେଲା ଏହିସବୁ ପରୀକ୍ଷା

    କଟକ: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ରେଭେନ୍ୟୁ ଇନ୍‌ସ୍ପେକ୍ଟର (RI), ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍‌ସ୍ପେକ୍ଟର (ARI), ଅମିନ ଏବଂ ICDS ସୁପରଭାଇଜର ପଦବୀ ପାଇଁ ଆୟୋଜିତ କମ୍ବାଇନ୍‌ଡ ରିକ୍ରୁଟମେଣ୍ଟ ଏକ୍ସାମିନେସନ (CRE) ୨୦୨୪ର ପ୍ରିଲିମିନାରୀ ପରୀକ୍ଷା ବାତିଲ କରିଛି।…

    ଡେବ୍ରିଗଡ଼ ଅଭୟାରଣ୍ୟରେ ହେବ ବ୍ୟାଘ୍ର ପ୍ରକଳ୍ପ

    ଭୁବନେଶ୍ୱର : ବରଗଡ଼ ଜିଲ୍ଲାର ଡେବ୍ରିଗଡ଼ରେ ହେବ ବ୍ୟାଘ୍ର ପ୍ରକଳ୍ପ। ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ ପକ୍ଷରୁ ମିଳିଲା ଅନୁମତି। ବିଶେଷଜ୍ଞ କମିଟିର ସ୍ଥିତି ଅନୁଧ୍ୟାନ ପରେ ନିଷ୍ପତ୍ତି। ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସରେ ପିସିସିଏଫ୍ ପ୍ରେମ୍‌ କୁମାର ଝା ଏନେଇ ସୂଚନା…

    Leave a Reply

    Your email address will not be published. Required fields are marked *

    You Missed

    କେନ୍ଦ୍ରୀୟ ନିଯୁକ୍ତି ପାଇଁ ମନୋନୀତ ଦୁଇ ଓଡ଼ିଶା କ୍ୟାଡର ଆଇପିଏସ

    କେନ୍ଦ୍ରୀୟ ନିଯୁକ୍ତି ପାଇଁ ମନୋନୀତ ଦୁଇ  ଓଡ଼ିଶା କ୍ୟାଡର ଆଇପିଏସ

    ବାତିଲ ହେଲା ଏହିସବୁ ପରୀକ୍ଷା

    ବାତିଲ ହେଲା ଏହିସବୁ ପରୀକ୍ଷା

    ଅଗଷ୍ଟ ୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି

    ଅଗଷ୍ଟ ୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି

    ବିଜେପି ଦଳ ସହିତ କୌଣସି ଛାତ୍ର ସଂଗଠନ ନାହାନ୍ତି:ବିରୋଧୀ

    ବିଜେପି ଦଳ ସହିତ କୌଣସି ଛାତ୍ର ସଂଗଠନ ନାହାନ୍ତି:ବିରୋଧୀ

    ଡେବ୍ରିଗଡ଼ ଅଭୟାରଣ୍ୟରେ ହେବ ବ୍ୟାଘ୍ର ପ୍ରକଳ୍ପ

    ଡେବ୍ରିଗଡ଼ ଅଭୟାରଣ୍ୟରେ ହେବ ବ୍ୟାଘ୍ର ପ୍ରକଳ୍ପ

    କୁମ୍ଭୀର ଆକ୍ରମଣ: ନଦୀ ପଠାରେ ଚିହ୍ନଟ ହେବ ବ୍ଲାକ୍ ସ୍ପଟ୍

    କୁମ୍ଭୀର ଆକ୍ରମଣ: ନଦୀ ପଠାରେ ଚିହ୍ନଟ ହେବ ବ୍ଲାକ୍ ସ୍ପଟ୍