ଆଜି ଏହି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର:ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଛି। ଏହି ଅବପାତ କ୍ରମଶଃ ଦୁର୍ବଳ ହୋଇ ପୁଣି ଲଘୁଚାପରେ ପରିଣତ ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ୧୫ ଜିଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ ଓ ସମ୍ବଲପୁରକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବେଗରେ ପବନ ବହିବ। ଉପକୂଳ ଓ ଏହାର ଆଖପାଖ ଅଞ୍ଚଳ, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରଭିତରକୁ ଯିବାକୁ ବାରଣ କରାଯାଇଛି। ୩୦ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ ଓ ୩୧ରୁ ବର୍ଷା କମିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ