ଆଜି କୋକସରା ବନ୍ଦ, ଏନ୍ଏଚ୍ ୨୬ ଅବରୋଧ କଲେ ଚାଷୀ

କୋକସରା: ଆଜି କୋକସରା ବନ୍ଦ। ଧାନ ବିକ୍ରି ସମସ୍ୟା ଓ ପଞ୍ଜିକରଣ ଦାବିରେ କୋକସରା ବନ୍ଦ ଡାକରା ଦିଆଜାଇଛି। କଳାହାଣ୍ଡି ଜିଲ୍ଲା କୋକସରା ଠାରେ ଏନ୍ ଏଚ୍ ୨୬ ଭବାନୀପାଟଣା-ଜୟପୁର ରାସ୍ତା ଅବରୋଧ କରିଛନ୍ତି ଚାଷୀ। ଜୟପାଟଣା, କୋକସରା, ଧର୍ମଗଡ଼ ଓ ଜୁନାଗଡ଼ ବ୍ଲକର ଚାଷୀ ରାସ୍ତା ରୋକ କରିଛନ୍ତି।

ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପରୁ ଚଳିତ ରବି ଚାଷ ପାଇଁ ଜୟପାଟଣା, କୋକସରା, ଧର୍ମଗଡ ଓ ଜୁନାଗଡ଼ ବ୍ଲକ ର ୧୮, ୮୮୫ ହେକ୍ଟର ଚାଷଜମିକୁ ଜଳସେଚନ ସୁବିଧା ଯୋଗାଇ ଦିଆଯାଇଛି। ତେବେ ଏହି ଜଳସେଚିତ ୪ ବ୍ଲକ ଅଞ୍ଚଳ ର ଚାଷୀମାନେ ଚଳିତ ରବିଧାନ ବିକ୍ରି ପଞ୍ଜିକରଣ ରୁ ବଞ୍ଚିତ ରହିଛନ୍ତି। ତେଣୁ ଇନ୍ଦ୍ରାବତୀ ମେଗା ଲିଫ୍ଟ ଅଞ୍ଚଳର ଚାଷୀଙ୍କ ରବି ଧାନ ପଞ୍ଜିକରଣ ଦାବିରେ ବନ୍ଦ ଡାକରା ଦେବା ସହ ରାସ୍ତାରୋକ କରିଛନ୍ତି ଚାଷୀ।

  • Related Posts

    ସିବିଆଇ ଜାଲରେକେନ୍ଦ୍ରୀୟ ଜିଏସଟି ଅଧିକାରୀ

    ଭୁବନେଶ୍ୱର: ସିବିଆଇ ଜାଲରେ ପଡ଼ିଛନ୍ତି ଜଣେ କେନ୍ଦ୍ରୀୟ ଜିଏସଟି (CGST) ଅଧିକାରୀ। ଲାଞ୍ଚ ନେଉଥିବା ବେଳେ CGST ସୁପରିଟେଣ୍ଡେଣ୍ଟ ଓମ୍ ପ୍ରକାଶ ନାୟକଙ୍କୁ ମାଡ଼ି ବସିଛି CBI ଟିମ୍। ଜଣେ ବ୍ୟକ୍ତିଙ୍କ ୧୬ ଲକ୍ଷ ଟଙ୍କାର ଜିଏସଟି ରିଫଣ୍ଡ କରାଇଦେବା ବାହାନାରେ…

    Continue reading
    ଭୋଜି ଖାଇ ଝାଡାବାନ୍ତି; ୮୦ ଆକ୍ରାନ୍ତ

    ଖପ୍ରାଖୋଲ: ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ବର୍ତ୍ତିଆ ଗାଁରେ ବାହା ଭୋଜି ଖାଇ ୮୦ରୁ ଅଧିକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଚିକିତ୍ସା ପାଇଁ ପାଟଣାଗଡ ରେଫର ହୋଇଥିବା ଜଣାଯାଇଛି । ସୂଚନା ଅନୁସାରେ ଦୁଇ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ