ଆଜି ଘୂର୍ଣ୍ଣିବଳୟ, କାଲି ଲଘୁଚାପ

ଭୁବନେଶ୍ୱର : ୨୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୨୪ ତାରିଖ ବା ଗୁରୁବାର ଏହା ଲଘୁଚାପରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବୁଧବାରଠାରୁ ବର୍ଷା ଆରମ୍ଭ ହୋଇଯିବ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ। ଗୁରୁବାର ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳରେ ପ୍ରବଳ ବର୍ଷା ହୋଇପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ୨୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ ସମ୍ବଲପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୭ ଓ ୨୮ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ମଙ୍ଗଳବାର କୋରାପୁଟରେ ସର୍ବାଧିକ ୬୦ମିମି ବର୍ଷା ହୋଇଛି । ଚାନ୍ଦବାଲିରେ ୧୭ମିମି ଓ ଖୋର୍ଦ୍ଧାରେ ୭ମିମି ବର୍ଷା ରେକର୍ଡ ହୋଇଛି। ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ଆକଳନ କରି କହିଛି, ଉତ୍ତର ବଙ୍ଗୋପସାଗରରେ ହେବାକୁ ଥିବା ଲଘୁଚାପ ଗୁରୁବାର ବା ଶୁକ୍ରବାର ରାତିରେ ଅଧିକ ଘନୀଭୂତ ହୋଇ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡକୁ ମୁହାଁଇବ । ଲଘୁଚାପ ପ୍ରଭାବରେ ୨୬ ତାରିଖ ଯାଏ ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହୋଇପାରେ ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ