ଆଜି ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

କଟକ : ମୋତେ ରକ୍ତ ଦିଅ , ମୁଁ ତୁମକୁ ସ୍ଵାଧୀନତା ଦେବି । ଏହି ପକ୍ତିଟି ଯେତେବେଳେ ମନକୁ ଆସେ ,ମନେ ପଡିଯାଆନ୍ତି ପରାକ୍ରମୀ ପୁରୁଷ ସୁବାଷ ଚନ୍ଦ୍ର ବୋଷ। ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କର ୧୨୮ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ଆଜି ସାରା ଦେଶ ପାଳନ କରୁଛି ପରାକ୍ରମ ଦିବସ। ପରାକ୍ରମୀ ଯୁଗଜନ୍ମାଙ୍କୁ ଆଜି ମନେ ପକାଉଛି ସାରା ଦେଶ। ୧୮୯୭ ଜାନୁଆରୀ ୨୩ ତାରିଖ କଟକରେ ତାଙ୍କର ଜନ୍ମ। ତାଙ୍କ ପିତାଙ୍କ ନାମ ଜାନକୀନାଥ ବୋଷ ଏବଂ ମାଆଙ୍କ ନାମ ପ୍ରଭାବତୀ ଦତ୍ତ। କଟକ ରେଭେନ୍ସା କଲିଜିଏଟରୁ ସ୍କୁଲ ଶିକ୍ଷା ସମାପ୍ତ ପରେ କୋଲକାତାର ପ୍ରେସିଡେନ୍ସି କଲେଜରୁ ଉଚ୍ଚ ଶିକ୍ଷା ହାସଲ କରିଥିଲେ। ଉଚ୍ଚ ଶିକ୍ଷା ସମାପ୍ତ ପରେ ୧୯୧୯ ମସିହାରେ ସେ ଭାରତୀୟ ସିଭିଲ୍ ସର୍ଭିସ୍ ପରୀକ୍ଷାରେ କୃତୀତ୍ଵ ହାସଲ କରିଥିଲେ। କିନ୍ତୁ ଦେଶପ୍ରେମ ତାଙ୍କୁ ଉଦବୁଧ୍ କରିଥିଲା। ଦେଶ ମାତୃକାର ସେବା କରିବାକୁ ସେ ମନସ୍ଥ କରିଥିଲେ। ନେତାଜୀଙ୍କ ଜନ୍ମ ଜୟନ୍ତୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ଓଡିଆ ବଜାରସ୍ଥିତ ନେତାଜୀଙ୍କ ଜନ୍ମସ୍ଥଳୀରେ ଆୟୋଜିତ ସ୍ଵତନ୍ତ୍ର କାର୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ ମନ୍ତ୍ରୀ ସୂର୍ୟ୍ୟବଂଶୀ ସୁରଜ ମଧ୍ୟ ଉପସ୍ଥିତ ଥିଲେ। ଅନ୍ୟପଟେ ଭାରତୀୟ ସ୍ଵାଧୀନତା ସଂଗ୍ରାମର ଅନ୍ୟତମ କର୍ଣ୍ଣଧାରା ବୀର ସୁରେନ୍ଦ୍ର ସାଏଙ୍କର ଜୟନ୍ତୀ ମଧ୍ୟ ପାଳନ କରାଯାଉଛି।

  • Related Posts

    “ସଶକ୍ତ ଯୁବଶକ୍ତି ହିଁ ସମୃଦ୍ଧ ରାଷ୍ଟ୍ରର ମୂଳଦୁଆ”

    ଏଚ୍.ଆଇ.ଭି / ଏଡ଼ସ୍ ଓ ଯୌନ ସଂକ୍ରମଣ ନିରାକରଣ ପାଇଁ ରାଜ୍ୟସ୍ତରୀୟ ସ୍ଵତନ୍ତ୍ର ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମ ଭୁବନେଶ୍ଵର /ବ୍ରହ୍ମପୁର: ଆଜି ଅନ୍ତର୍ଜାତୀୟ ଯୁବ ଦିବସ ଅବସରରେ ବ୍ରହ୍ମପୁର ସ୍ଥିତ ମହାରାଜ କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟର ପ୍ରେକ୍ଷାଳୟ ଠାରେ ଆୟୋଜିତ…

    Continue reading
    ଆହ୍ୱାନକୁ ସାମ୍ନା କରିବା ଓ ଆତ୍ମହତ୍ୟା ରୋକିବା ଅନ୍ୟଙ୍କୁ ସଚେତନ କରିବା:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କମିସନରେଟ୍‌ ପୁଲିସ ଓ ନମନ ‘ଫାଉଣ୍ଡେସନ୍ ପକ୍ଷରୁ ଭୁବନେଶ୍ୱରର ସ୍ଥିତ ରେଳ ଅଡିଟୋରିୟମ୍‌ରେ ଆୟୋଜିତ ସାମାଜିକ-ସାଂସ୍କୃତିକ କାର୍ଯ୍ୟକ୍ରମ ‘ଜୀବନ ଜିନ୍ଦାବାଦ’କୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଦିନକୁ ଦିନ ବିଭିନ୍ନ ଗୋଷ୍ଠୀଙ୍କ ମଧ୍ୟରୁ ବୃଦ୍ଧି ପାଉଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ