ଆଜି ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଜୟନ୍ତୀ

ଭୁବନେଶ୍ବର : ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଜୟନ୍ତୀ। ୧୯୧୬ ମସିହା ଆଜିର ଦିନରେ ଜନ୍ମ ହୋଇଥିଲେ ବିଜୁ ବାବୁ। ସାରା ରାଜ୍ୟ ମନେ ପକାଉଛି ଆଧୁନିକ ଓଡ଼ିଶା ଗଠନରେ ତାଙ୍କର ଅବଦାନ। ଜିଲ୍ଲା, ନିର୍ବାଚନ ମଣ୍ଡଳୀସ୍ତରରେ ବି ଧୁମଧାମରେ ପାଳନ କରାଯାଉଛି ବିଜୁ ଜୟନ୍ତୀ। ବିଧାନସଭା ପରିସରରେ ଆୟୋଜିତ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ବହୁ ନେତା। ଭୁବନେଶ୍ବର ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏବର୍ଷର ଥିମ୍ ରହିଛି ସମୃଦ୍ଧ ଓଡ଼ିଶା ଗଠନରେ ବିଜୁ ବାବୁଙ୍କ ଅବଦାନ । ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସାଙ୍ଗକୁ ରକ୍ତଦାନ ଶିବିର ଅନୁଷ୍ଠିତ ହେଉଛି। କେବଳ ଆଧୁନିକ ଓଡ଼ିଶା ଗଠନ ନୁହେଁ, ଦେଶର ରାଜନୀତି ଓ ଦେଶ ପ୍ରତି ତାଙ୍କର ବହୁତ ଅବଦାନ ରହିଛି। ସେ ସ୍ଵାଧୀନତା ସଂଗ୍ରାମରେ ବି ଝାସ ଦେଇଥିଲେ। କେବଳ ଏତିକି ନୁହେଁ, ପ୍ରଥମ ପାଇଲଟ ଭାବେ କାଶ୍ମୀରରେ ବିମାନ ଲ୍ୟାଣ୍ଡିଂ କରାଇଥିଲେ। ଅନୁପ୍ରବେଶକାରୀଙ୍କୁ ଅଟକାଇବାରେ ବିଜୁ ପଟ୍ଟନାୟକଙ୍କର ଅବଦାନ ଥିଲା ଗୁରୁତ୍ବପୂର୍ଣ୍ଣ। ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ବି ବିଜୁ ବାବୁଙ୍କ ଅବଦାନ କିଛି କମ୍ ନୁହେଁ। ଓଡ଼ିଶାକୁ ବିଶ୍ବ ଦରବାରରେ ପ୍ରତିଷ୍ଠିତ କରି ପାରିଥିବା ବିଜୁ ପଟ୍ଟନାୟକଙ୍କ ମରଶରୀରରେ ତିନୋଟି ଦେଶର ଜାତୀୟ ପତାକା ରଖାଯାଇଥିଲା। ଯାହା ଆଜି ବି ପ୍ରତ୍ୟେକ ଓଡ଼ିଆଙ୍କୁ ଗର୍ବିତ କରିଛି । ଖାଲି ସେତିକି ନୁହେଁ, ବିଜୁ ବାବୁ ଜଣେ ବିଶ୍ବସ୍ତରୀୟ ନେତା ଥିଲେ । ପଞ୍ଚାୟତିରାଜ ବ୍ୟବସ୍ଥାକୁ ମଜଭୁତ୍ କରିବାରେ ବିଜୁ ବାବୁଙ୍କ ଅବଦାନ ସ୍ମରଣୀୟ। ୧୯୯୭ ଏପ୍ରିଲ ୧୭ ତାରିଖରେ ତାଙ୍କର ବିୟୋଗ ହୋଇଥିଲା।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ