ଆଜି ଫୁଲୁରୀ ତେଲ ଲାଗି

ପୁରୀ : ସ୍ନାନଯାତ୍ରା ପରେ ଅଣସର ଘରେ ଅସୁସ୍ଥ ଦାରୁବ୍ରହ୍ମଙ୍କ ଅନବସର ତଥା ଗୁପ୍ତ ସେବା। ପଞ୍ଚମ ଦିନର ବିଳମ୍ବିତ ରାତିରେ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ଫିଟିଛି । ଠାକୁରେ ଶ୍ରୀଅଙ୍ଗରେ ଲାଗି ହୋଇଥିବା ଚନ୍ଦନ ଓ କରାଳ ଆଦି ଦିବ୍ୟ ବସ୍ତୁ ବାହାରିଛି । ଆଜି ଠାକୁରଙ୍କ ଫୁଲୁରୀ ତେଲ ଶ୍ରୀମନ୍ଦିରକୁ ବିଜେ ହେବ । ପରେ ଫୁଲୁରୀ ତେଲ ଲାଗି କରାଯାଇ ଶ୍ରୀବିଗ୍ରହଙ୍କୁ ସୁସ୍ଥ କରିବାରେ ଲାଗିପଡ଼ିବେ ଦଇତାପତି ସେବାୟତଗଣ।
ବଡ଼ ଓଡ଼ିଆ ମଠରେ ପ୍ରସ୍ତୁତ ହୋଇଛି ମହାପ୍ରଭୁଙ୍କ ଫୁଲୁରୀ ତେଲ । ଏଥିରେ ରହିଥାଏ ୨୪ ପ୍ରକାର ଉପାଦାନ । ବଡ଼ ଓଡ଼ିଆ ମଠ ମହନ୍ତ ଅଧିକାରୀ ବଂଶୀଧର ଦାସ ଗୋସ୍ୱାମୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସ୍ତୁତ ଏହି ଦୁର୍ଲଭ ଔଷଧିୟ ତେଲ ଠାକୁରଙ୍କୁ ଲାଗି ହେବ । ହେରାପଞ୍ଚମୀରେ ମହାପ୍ରଭୁଙ୍କ ମଧ୍ୟାହ୍ନଧୂପ ସରିଲେ ସାନ୍ଧ୍ୟ କାଳରେ ବଡ଼ ଓଡ଼ିଆ ମଠ ମହନ୍ତ ଓ ତାଙ୍କ ସାହାଯ୍ୟକାରୀ କିମ୍ବା ଉତ୍ତରାଧିକାରୀ ତେଲ ପ୍ରସ୍ତୁତି ଆରମ୍ଭ କରନ୍ତି । ମଠ ପରିସରରେ ସ୍ୱତନ୍ତ୍ର ତେଲ ବାଡ଼ି ମଧ୍ୟ ରହିଛି । କେହି ନଦେଖିଲା ଭଳି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ମାଟି ଖୋଳା ହୋଇ ରହିଥାଏ । ମାଟି ହାଣ୍ଡିରେ ଘଣା ପେଡ଼ା ରାଶି ତେଲ ସହ ବିଭିନ୍ନ ଦ୍ରବ୍ୟ ମିଶାଯାଇ ପୋତା ଯାଏ । ସେଥିରେ ଋତୁ ଅନୁସାରେ ମିଳୁଥିବା ବିଭିନ୍ନ ସୁବାସିତ ପୁଷ୍ପ ଓ ଚେରମୂଳି ପକାଯାଏ । ସେହି ଦିନ ଠାରୁ ତେଲ ରହିବା ସ୍ଥାନରେ ଫୁଲ ପାଣି ଦିଆଯାଏ । ସ୍ନାନପୂର୍ଣ୍ଣମୀ ପୂର୍ବ ଦିନ ଠାକୁରଙ୍କ ମଧ୍ୟାହ୍ନଧୂପ ସରିଲେ ସନ୍ଧ୍ୟା ସମୟରେ ପୋତା ସ୍ଥାନରୁ ବାହାରି ଏକ ନିର୍ଦ୍ଦିଷ୍ଟ କୋଠରୀରେ ଉକ୍ତ ତେଲ ମୁଦ ଦିଆଯାଇ ରହିଥାଏ । ପରେ ତେଲକୁ ଛଣା ଯାଇ ମାଟି ପାତ୍ରରେ ସଜଡ଼ା ହୋଇ ରହିଥାଏ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଡକରା ଆସିଲା ପରେ ଫୁଲୁରୀ ତେଲ ଠାକୁରଙ୍କ ସେବା ପାଇଁ ଶ୍ରୀମନ୍ଦିରକୁ ବିଜେ କରିଥାଏ ।

  • Related Posts

    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading
    ବନ୍ୟା ପୀଡ଼ିତଙ୍କୁ ରିଲିଫ୍ ବାଣ୍ଟିଲେ ପୋଲିସ କମିଶନର

    ଖୋର୍ଦ୍ଧା: ବନ୍ୟା ପ୍ରଭାବିତ ଅଂଚଳରେ ପୋଲିସ କମିଶନରଙ୍କ ରିଲିଫ ବଣ୍ଟନ। ପୋଲିସ କମିସନର ଏସ୍ ଦେବଦତ୍ତ ସିଂ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ପମ୍ପାଲୋ ପଞ୍ଚାୟତର ଟିଙ୍କିପଡା ଗାଁରେ ରିଲିଫ ବଣ୍ଟନ କରିଛନ୍ତି। ଏହି ଅବସରରେ ବନ୍ୟା ପ୍ରଭାବିତଙ୍କ ସହ ବିଭିନ୍ନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ