ଭୁବନେଶ୍ବର : ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଙ୍କ ଜନ ଅଭିଯୋଗ ଶୁଣାଣି । ବାତ୍ୟା ଦାନା ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ୟ୍ୟ କୁ ଦୃଷ୍ଟିରେ ରଖି ଆଜି ଭୁବନେଶ୍ବର ୟୁନିଟ୍ -୫ ସ୍ଥିତ ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ପ୍ରକୋଷ୍ଟ ବନ୍ଦ ରହିବ। ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିବାକୁ ଅନଲାଇନରେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀ ଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣି ର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ
୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…



