ଆଜି ବାରିପଦା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବାରିପଦା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସପିଟାଲର ୬୫୦ ବେଡ୍ ବିଶିଷ୍ଟ ଆଧୁନିକତମ ଡାକ୍ତରଖାନାକୁ ଲୋକାର୍ପଣ କରିବେ । ଏହାସହ ସ୍ଥାନୀୟ କଲେଜ ପଡିଆଠାରେ ଏକ ସାଧାରଣ ସଭାରେ ଉଦବୋଧନ ଦେବେ । ଅନେକ ବିକାଶ ମୂଳକ ପ୍ରକଳ୍ପର ଶୁଭଉଦଘାଟନ ଏବଂ ଭିତ୍ତିପ୍ରସ୍ତ ରଖିବାର କାର୍ଯ୍ୟକ୍ରମ ରହିଛି ।
ସୂଚନା ଅନୁଯାୟୀ, ସୋମାବର ପୂର୍ବାହ୍ନ ୧୦.୪୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ବାରିପଦା ପୁଲିସ ପଡିଆର ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରିବେ। ୧୧ଟାରେ ସ୍ଥାନୀୟ କଲେଜ ପଡିଆ ସଭାସ୍ଥଳରେ ପହଞ୍ଚି ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ଏକ ସାଧାରଣ ସଭାରେ ଉଦବୋଧନ ଦେବେ । ଏହାସହ ଏଠାରେ ଭର୍ଚ୍ଚୁଆଲ ମୋଡରେ ଜିଲ୍ଲାର କିଛି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ଏହାପରେ ମଧ୍ୟାହ୍ନ ୧୨.୩୦ ଟା ସମୟରେ ଏଠାରୁ ସଡକ ପଥରେ ରଙ୍ଗମାଟିଆ ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏଣ୍ଡ ହସପିଟାଲ ପରିସରରେ ନୂତନ ଭାବେ ନିର୍ମାଣ ହୋଇଥିବା ୬୫୦ ଶଯ୍ୟା ବିଶିଷ୍ଟ ହସପିଟାଲକୁ ଉଦଘାଟନ କରିବେ । ଏହାସହ ସେଠାରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ଭାବବିନିମୟ କରିବେ ମୁଖ୍ୟମନ୍ତ୍ରୀ ।

  • Related Posts

    ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ପ୍ରୟାସରେ ଓଡ଼ିଶାର ପ୍ରଗତି ଶିଖର ଛୁଇଁଛି :ମୁଖ୍ୟମନ୍ତ୍ରୀ

    ଆଜିର ଏହି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ମହତ୍ତ୍ୱପୂର୍ଣ୍ଣ ପ୍ରେସ୍ ସମ୍ମିଳନୀରେ ମୁଁ ଆପଣ ସମସ୍ତଙ୍କୁ ଆନ୍ତରିକ ସ୍ୱାଗତ ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୁନ୍ ୯ ତାରିଖ ହେଉଛି ଆମ ଦେଶର ଗଣତାନ୍ତ୍ରିକ ଇତିହାସରେ ଏକ ସ୍ୱର୍ଣ୍ଣିମ, ଯୁଗାନ୍ତକାରୀ ତଥା ଅଭୂତପୂର୍ବ…

    Continue reading
    ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ:ଶୁଭେନ୍ଦୁ ଅଧିକାରୀ

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା। ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ। ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇବା ପରେ ଶୁଭେନ୍ଦୁ ଅଧିକାରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ