ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ

ବିଜେପିର ଭେଟ୍‌ରାନ୍‌ ଲିଡର ତଥା ପୂର୍ବତନ ଉଚ୍ଚ ଶିକ୍ଷା ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତ ହୋଇଛି। ସେଥିପାଇଁ କଟକ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ। ଆଜି ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖିବାକୁ କଟକ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି।
କଟକର ଐତିହାସିକ ବାଲି ଯାତ୍ରା ତିନି ଦିନ ତଳେ ଆରମ୍ଭ ହୋଇଥିଲା। ଦର୍ଶକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇବା ପାଇଁ ପ୍ରତିଦିନ ରାତି ୧୦ଟା ପର୍ଯ୍ୟନ୍ତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଥିଲା। ତେଣୁ ବାଲିଯାତ୍ରା ବୁଲିବା ପାଇଁ ଆସୁଥିବା ଲୋକମାନେ ଭରପୂର ମନୋରଞ୍ଜନର ଖୋରାକ ପାଉଥିଲେ। ତେବେ ଶନିବାର ରାତିରେ ସମୟ ଅତିକ୍ରାନ୍ତ ହୋଇଥିବାରୁ ପୁଲିସ୍‌ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବନ୍ଦ କରିଥିଲା। ଯେଉଁଥିପାଇଁ ବିବାଦ ମୁଣ୍ଡ ଟେକିଥିଲା।
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଆଜିଠାରୁ ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ହେବାର ଥିଲା। ହେଲେ ତା’ ପୂର୍ବରୁ ଗୋଟିଏ ଦୁଃଖଦ ଘଟଣା କଟକ ସହରରେ ଘଟିଥିଲା। ଭେଟ୍‌ରାନ୍‌ ଲିଡର ତଥା ପୂର୍ବତନ ଉଚ୍ଚଶିକ୍ଷାମନ୍ତ୍ରୀ ସମୀର ଦେ’ଙ୍କର ଚିକିତ୍ସାଧୀନ ଅବସ୍ଥାରେ ଆଜି ଦେହାନ୍ତ ହେଲା। ଏହି ଶୋକରେ ପୂରା ସହର ଭିଜିଥିବାରୁ ଆଜି ପାଇଁ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ନକରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି।

  • Related Posts

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଭୁବନେଶ୍ଵର : ମାଧୁରୀ ଦୀକ୍ଷିତ ହେଲେ ଓଡିଶା ହସ୍ତତନ୍ତର ନୂଆ ବ୍ରାଣ୍ଡ ଆମ୍ବାସଡର। ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ ରାଜଧାନୀ ଭୁବନେଶ୍ଵରସ୍ଥିତ ଜନତା ମୈଦାନରେ ଆୟୋଜିତ ସ୍ଵତନ୍ତ୍ର କାର୍ୟ୍ୟକ୍ରମରେ ଯୋଗ ଦେଇ ଏକ୍‌ତାର ଶୁଭାରମ୍ଭ କରିଛନ୍ତି ମାଧୁରୀ। ନୂଆ ବ୍ରାଣ୍ଡ…

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଭୁବନେଶ୍ବର : ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ । ୧୦ ବିଭାଗର ଗ୍ରୁପ୍‌ ସିର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି । ଅଗଷ୍ଟ ୩୧…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର ମାଧୁରୀ ଦୀକ୍ଷିତ

    ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର ମାଧୁରୀ ଦୀକ୍ଷିତ

    ବଳଙ୍ଗା ମାମଲାରେ କଂଗ୍ରେସର ଅଭିଯୋଗ:ସରକାରଙ୍କ ନିର୍ଦେଶରେ କାମ କରୁଛି ପୁଲିସ

    ବଳଙ୍ଗା ମାମଲାରେ  କଂଗ୍ରେସର  ଅଭିଯୋଗ:ସରକାରଙ୍କ ନିର୍ଦେଶରେ କାମ କରୁଛି ପୁଲିସ