ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ

ବିଜେପିର ଭେଟ୍‌ରାନ୍‌ ଲିଡର ତଥା ପୂର୍ବତନ ଉଚ୍ଚ ଶିକ୍ଷା ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତ ହୋଇଛି। ସେଥିପାଇଁ କଟକ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ। ଆଜି ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖିବାକୁ କଟକ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି।
କଟକର ଐତିହାସିକ ବାଲି ଯାତ୍ରା ତିନି ଦିନ ତଳେ ଆରମ୍ଭ ହୋଇଥିଲା। ଦର୍ଶକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇବା ପାଇଁ ପ୍ରତିଦିନ ରାତି ୧୦ଟା ପର୍ଯ୍ୟନ୍ତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଥିଲା। ତେଣୁ ବାଲିଯାତ୍ରା ବୁଲିବା ପାଇଁ ଆସୁଥିବା ଲୋକମାନେ ଭରପୂର ମନୋରଞ୍ଜନର ଖୋରାକ ପାଉଥିଲେ। ତେବେ ଶନିବାର ରାତିରେ ସମୟ ଅତିକ୍ରାନ୍ତ ହୋଇଥିବାରୁ ପୁଲିସ୍‌ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବନ୍ଦ କରିଥିଲା। ଯେଉଁଥିପାଇଁ ବିବାଦ ମୁଣ୍ଡ ଟେକିଥିଲା।
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଆଜିଠାରୁ ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ହେବାର ଥିଲା। ହେଲେ ତା’ ପୂର୍ବରୁ ଗୋଟିଏ ଦୁଃଖଦ ଘଟଣା କଟକ ସହରରେ ଘଟିଥିଲା। ଭେଟ୍‌ରାନ୍‌ ଲିଡର ତଥା ପୂର୍ବତନ ଉଚ୍ଚଶିକ୍ଷାମନ୍ତ୍ରୀ ସମୀର ଦେ’ଙ୍କର ଚିକିତ୍ସାଧୀନ ଅବସ୍ଥାରେ ଆଜି ଦେହାନ୍ତ ହେଲା। ଏହି ଶୋକରେ ପୂରା ସହର ଭିଜିଥିବାରୁ ଆଜି ପାଇଁ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ନକରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି।

  • Related Posts

    ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା:ଅପରାଜିତା

    ଭୁବନେଶ୍ୱର : ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା। ଏଥିସହିତ ଭୁବନେଶ୍ୱର ବିମାନ ବନ୍ଦର ତୃତୀୟ ଏୟାର ଟର୍ମିନାଲ କୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଙ୍କ ସହିତ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦର ର…

    Continue reading
    ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

    ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ଭୟାବହ ଅଗ୍ନିକାଣ୍ଡ। ଉଲୁଣ୍ଡା ବ୍ଲକ ସାହାଣୀଡିହ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି । ଏନେଇ ଖବର ପାଇ ନିଆଁକୁ ଆୟତ୍ତ କରିବା ପାଇଁ ବିନିକା ଅଗ୍ନିଶମ ବିଭାଗ ଉଦ୍ୟମ ଜାରି ରଖିଛି । ଫ୍ୟାକ୍ଟ୍ରିରେ ନିଆଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ