ଆଜି ମହାପ୍ରଭୁଙ୍କ ଖଳିଲାଗି ଏକାଦଶୀ

ପୁରୀ : ସ୍ନାନ ପୂର୍ଣ୍ଣିମା ଠାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂର୍ତ୍ତୀ ଦଶମୀ ତିଥିରେ ଶଯ୍ୟା ଛାଡିଛନ୍ତି। ଅଣସର ଘରେ ଚକାରେ ବିଜେ ହୋଇଛନ୍ତି ଶ୍ରୀବିଗ୍ରହ। ଆଜି ଖଳିଲାଗି ଏକାଦଶୀ। ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ହୋଇଥିବା ଦଶମୂଳ ସେବନ ପରେ ମହାପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହେବେ। ତେବେ ଚାରିଦିନ ଧରି ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେଧିରେ ଜ୍ୱରରୁ ଉପଶମ ହୋଇଛନ୍ତି ମହାପ୍ରଭୁ। ଆଜି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ଠାରେ ଦଶମୂଳ ମୋଦକ ଲାଗି କରାଯିବ। ଏହାପରେ ଅସୁସ୍ଥ ଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ଶୁକ୍ରବାର ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଏହି ଦଶମୂଳ ମୋଦକ ଶ୍ରୀମନ୍ଦିରରେ ପହଞ୍ଚିଥିଲା। ଏକାଦଶୀ ତିଥି ପରେ ମହାପ୍ରଭୁଙ୍କୁ ଏହା ଲାଗି କରାଯିବାର ପରମ୍ପରା ରହିଛି। ଆଜି ଖଳିଲାଗି ଏକାଦଶୀରେ ଠାକୁରମାନଙ୍କୁ ଖଳି ଲାଗି କରାଯିବ। ଦଇତା ଓ ପତିମହାପାତ୍ର ସେବାୟତ ତିନି ବାଡରେ ଶ୍ରୀଅଙ୍ଗରେ ଚନ୍ଦନ ଲେପନ କରିବେ। ଚନ୍ଦନରେ କର୍ପୂର, କେଶର ଓ ଆବଶ୍ୟକ ପରିମାଣର କସ୍ତୁରୀ ମିଶାଯାଇ ଶ୍ରୀବିଗ୍ରହ ମାନଙ୍କୁ ଲାଗି କରାଯିବାର ବିଧି ରହିଛି। ଆଜି ମହାପ୍ରଭୁ ବାରଲାଗି ପାଟ ପରିଧାନ କରିବା ସହ ତୁଳସୀ ଲାଗି କରିବା ପରେ ମହାପ୍ରଭୁଙ୍କୁ ଦଶମୂଳ ଲାଗି କରାଯିବ। ଏହାପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ତେବେ ମହାପ୍ରଭୁ ଜ୍ୱରରେ ଅସୁସ୍ଥ ଥିବାରୁ ଭୋଗଲାଗି ସମୟରେ ଘଣ୍ଟ ବାଜିବା ବନ୍ଦ ରହିଥାଏ। ଆଜି ଖଳିଲାଗି ସମୟରେ ଘଣ୍ଟ ଓ କାହାଳୀ ବଜାଇ ଶ୍ରୀଜୀଉ ମାନେ ସୁସ୍ଥ ହେଉଥିବା ବାର୍ତ୍ତା ଭକ୍ତଙ୍କୁ ଜଣାଇବାର ପରମ୍ପରା ରହିଛି। ଏକାଦଶୀ ତିଥିର ପୂର୍ବରୁ ବିନା ତୁଳସୀରେ ଧଳା ଫୁଲରେ ପୂଜା ପାଉଥିବା ମହାପ୍ରଭୁଙ୍କୁ ଆଜିଠାରୁ ତୁଳସୀ ଲାଗି ହେବାର ବିଧି ରହିଛି। ରବିବାର ଅଣସର ଦ୍ୱାଦଶୀ ନୀତି। ଏହି ନୀତି ବିଶେଷ ମହତ୍ତ୍ବପୂର୍ଣ୍ଣ। କାରଣ, ଏହିଦିନ ରାଜନଅରକୁ ରାଜପ୍ରସାଦ ବିଜେ କରାଯାଏ ଏବଂ ମହାପ୍ରଭୁଙ୍କ ସୁସ୍ଥତାର ଖବର ଗଜପତି ମହାରାଜାଙ୍କୁ ଦିଆଯାଏ।

  • Related Posts

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ବାମନାଳ:ବହୁ ଚର୍ଚ୍ଚିତ ବଳଙ୍ଗା ନାବାଳିକା ପୋଡ଼ି ମାରିବା ଉଦ୍ୟମ ଓ ଚିକିତ୍ସାଧୀନ ଅବସ୍ଥାରେ ରହସ୍ୟ ଜନକ ଭାବେ ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଚର୍ଚ୍ଚା ହେଉଥିବା ବେଳେ ଆସନ୍ତା ୭ତାରିଖରେ ବିଜେଡି ପକ୍ଷରୁ ୬ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ନିମନ୍ତେ ଏକ…

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ