ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବାପରେ ମହାପ୍ରଭୁଙ୍କ ଏହି ଗୁପ୍ତ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତ ମହାପାତ୍ର ସେବକମାନେ ଏହି ଗୁପ୍ତ ବନକ ଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ିବା ପରେ ଏହି ନୀତି ଅନୁଷ୍ଠିତ ହୁଏ। ଦତ୍ତମହାପାତ୍ର ସେବକମାନେ ରତ୍ନସିଂହାସନ ଉପରକୁ ଉଠି ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି। ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ନୀତି ଶେଷ କରି ଶ୍ରୀମନ୍ଦିରରୁ ବାହାରିବା ପରେ ଶ୍ରୀବିଗ୍ରହଙ୍କର ମହାସ୍ନାନ ନୀତି ସମ୍ପନ୍ନ କରାଯିବ। ପରେ ଅନ୍ୟାନ୍ୟ ନୀତି ବଢ଼ିବା ସହ ଦର୍ଶନ ପୁନର୍ବାର ଆରମ୍ଭ ହେବ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ