ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ

ଭୁବନେଶ୍ବର: ଆଜି ପୁଣି ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ। ଏଥିଲାଗି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକେଷ୍ଠରେ ଲୋକେ ପହଞ୍ଚିଲେଣି। ସେମାନେ ନିଜ ନିଜ ଅଭିଯୋଗର ସମାଧାନ ଆଶା ନେଇ ଦୂରଦୂରାନ୍ତରୁ ପହଞ୍ଚିଛନ୍ତି। ହଜାର ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ କରିଥିବା ଜଣାଯାଇଛି।
ଗତ ବର୍ଷ ଶେଷ ସୁଦ୍ଧା ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ ୩୦ ହଜାରରୁ ୩୫ ହଜାର ଅଭିଯୋଗକାରୀ ସେମାନଙ୍କ ସମସ୍ୟା ନେଇ ଅଭିଯୋଗ ପ୍ରକୋଷ୍ଠକୁ ଆସିଛନ୍ତି। ଜୁଲାଇ ପହିଲାରେ ହୋଇଥିବା ପ୍ରଥମ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମର ୮୮% ଅଭିଯୋଗର ସମାଧାନ ହୋଇଛି। ଜୁଲାଇ ୧୫ ତାରିଖରେ ୮୪%, ଅଗଷ୍ଟ ୫ରେ ୮୨%, ସେପ୍ଟେମ୍ବର ୨୩ରେ ୮୦%, ଅକ୍ଟୋବର ୨୧ତାରିଖରେ ୭୭% ଓ ଡିସେମ୍ବର ୧୬ ତାରିଖରେ ହୋଇଥିବା କାର୍ୟ୍ୟକ୍ରମରେ ୧୬ % ଅଭିଯୋଗର ସମାଧାନ କରାଯାଇଛି। ବାକି ରହିଥିବା ଅଭି‌ଯୋଗଗୁଡ଼ିକର ଖୁବଶୀଘ୍ର ସମାଧାନ କରାଯିବ। ପ୍ରତି ଜିଲ୍ଲାରେ ମଧ୍ୟ ଜିଲ୍ଲାପାଳଙ୍କ ଜରିଆରେ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ଜାରି ରହିଛି।
ସୂଚନାଯୋଗ୍ୟ, ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ। ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଇ ଶୁଣୁଛନ୍ତି। ସମାଧାନ ପାଇଁ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉପସ୍ଥିତ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଉଛି।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ବଡ଼ ଖବର: ୧୫ରେ ଛାତ୍ର ସଂସଦ ନିର୍ବାଚନ

    ଭୁବନେଶ୍ୱର: ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି । ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ