ଆଜି ରତ୍ନଭଣ୍ଡାର ଉଚ୍ଚସ୍ତରୀୟ କମିଟି ବୈଠକ

ପୁରୀ: ଆଜି ରତ୍ନଭଣ୍ଡାର ଗଣତିମଣତି ନେଇ ଉଚ୍ଚସ୍ତରୀୟ କମିଟି ବୈଠକ ବସିବ । ରତ୍ନଭଣ୍ଡାର ମରାମତି ଓ ଗଣତିମଣତି ପ୍ରସଙ୍ଗକୁ ନେଇ ଗଠିତ ଉଚ୍ଚକ୍ଷମତା ସମ୍ପନ୍ନ କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଶ୍ରୀମନ୍ଦିର କାର୍ୟ୍ୟାଳୟ ସମ୍ମିଳନୀ କକ୍ଷରେ ଅପରାହ୍ଣ ସାଢ଼େ ୪ଟାରେ ବସିବ । ବୈଠକରେ କମିଟି ସଦସ୍ୟଙ୍କ ସମେତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଉପସ୍ଥିତ ରହିବେ । ବୈଠକରେ ରତ୍ନଭଣ୍ଡାର ରତ୍ନ ଗଣତିମଣତି ନେଇ ଚିଠା ମାର୍ଗଦର୍ଶିକା ନେଇ ଆଲୋଚନା ହେବ । ସଦସ୍ୟଙ୍କ ମତାମତକୁ ନେଇ ଚୂଡ଼ାନ୍ତ ମାର୍ଗଦର୍ଶିକା ପ୍ରସ୍ତୁତ କରାଯାଇ ସରକାରଙ୍କ ନିକଟକୁ ପଠାଯିବ । ସରକାରଙ୍କ ଅନୁମତି ପରେ ଗଣତିମଣତି ପ୍ରକ୍ରିୟା ହେବ ବୋଲି ସୂଚନା ମିଳିଛି ।

ରତ୍ନଭଣ୍ଡାର ମରାମତି କାମ ସରିଥିବାରୁ ଏବେ ରତ୍ନଅଳଙ୍କାର ଗଣତିମଣତି ଉପରେ ସମସ୍ତଙ୍କ ନଜର ରହିଛି । ରତ୍ନଭଣ୍ଡାରରେ ରତ୍ନ ସୁରକ୍ଷିତ ଅଛି କି ନାହିଁ ତାହା ଗତ ସରକାର ସମୟରୁ ପ୍ରଶ୍ନବାଚୀ ସୃଷ୍ଟି କରିଛି । ବିଜେପି ମଧ୍ୟ ଏହି ପ୍ରସଙ୍ଗକୁ ନେଇ ନିର୍ବାଚନରେ ଜିତିଛି । ରତ୍ନଭଣ୍ଡାର ଚାବି ଚୋରଙ୍କୁ ଧରିବା ଓ ରତ୍ନଭଣ୍ଡାର ରତ୍ନ ଗଣତିମଣତି ହେବ ବୋଲି ପ୍ରତିଶ୍ରୁତି ଦେଇ ନିର୍ବାଚନ ବୈତରଣୀ ପାର ହୋଇଥିବାରୁ ନୂଆ ସରକାରଙ୍କ ପଦକ୍ଷେପ ଉପରେ ସମସ୍ତଙ୍କ ଆଖି ରହିଛି ।

  • Related Posts

    ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

    କଟକ: ଏସ୍‌ସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାକୁ ଆଉ ଦିନ କେଇଟା ପରେ ମାସେ ପୂରିବ । ଏହାରି ଭିତରେ ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ତଦନ୍ତକାରୀ ଟିମ୍…

    Continue reading
    ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ଗଣତି ମଣତି କାର୍ଯ୍ୟ ଆରମ୍ଭ

    ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ । ଆଜି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ସମସ୍ତ ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆରମ୍ଭ ହୋଇଛି । ରତ୍ନଭଣ୍ଡାର ଟିମର ସଦସ୍ୟମାନେ ମହାପ୍ରଭୁଙ୍କ ସକାଳ ଧୂପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ