ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ସୂଚନା ଅନୁଯାୟୀ, ରାଜସ୍ବ,ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ ଓ ଜଳସମ୍ପଦ, ପଞ୍ଚାୟତିରାଜ ଓ ଶିକ୍ଷା, ସ୍ବାସ୍ଥ୍ୟ ବିଭାଗ ଭଳି ବିଭିନ୍ନ ବିଭାଗର ପ୍ରସ୍ତାବ ଉପସ୍ଥାପନ ହେବାର ରହିଛି। ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ବିଭାଗରେ ଲୋକାଭିମୁଖୀ ଯୋଜନା କାର୍ଯ୍ୟକାରୀ କରିବା ସହ ପ୍ରତ୍ୟେକ ଜିଲାପାଳଙ୍କୁ ୨୫ଟି ଲେଖାଏଁ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ କୁହାଯାଇଛି। ସରକାରଙ୍କ ପକ୍ଷରୁ ବିଶେଷ କରି କୃଷକଙ୍କ ବିକାଶକୁ ଦୃଷ୍ଟିରେ ରଖି ଇନ୍‌ପୁଟ ସବ୍‌ସିଡି ପ୍ରଦାନ, ମହିଳା ସଶକ୍ତୀକରଣ ଲାଗି ସୁଭଦ୍ରା’ ଯୋଜନା ଲାଗୁ, ଶିକ୍ଷାକୁ ସାର୍ବନଜୀନ କରିବା ସହ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଲାଗି ଗୁରୁତ୍ୱ ଦିଆଯାଉଛି।

  • Related Posts

    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading
    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ