ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି(ଶୁକ୍ରବାର) ଦକ୍ଷିଣ-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି ବୋଲି ଭାରତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ଭାବ୍ୟ ଲଘୁଚାପ ସାମୁଦ୍ରିକ ଝଡ଼ ରୂପ ନେବ ବୋଲି କିଛି ପାଣିପାଗ ସଂସ୍ଥା ଆକଳନ କରିଥିବାବେଳେ ଭାରତ ପାଣିପାଗ ବିଭାଗ ପକ୍ଷରୁ ସାମୁଦ୍ରିକ ଝଡ଼ ଉପରେ କୌଣସି ସ୍ପଷ୍ଟ ଚିତ୍ର ଜାରି କରାଯାଇ ନାହିଁ। କିନ୍ତୁ ଆସନ୍ତାକାଲି ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପରେ ବର୍ଷା ସହିତ ପବନର ପ୍ରଭାବ ଅଧିକ ପଡ଼ିବ। ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ତୁଳନାରେ ଓଡ଼ିଶା ଉପରେ କମ୍‌ ପ୍ରଭାବ ରହିବ। ତଥାପି ସାରା ରାଜ୍ୟରେ ବଜ୍ରପାତ ସହିତ ଝଡ଼ବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ଜଗତସିଂହପୁର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଏବଂ ନୟାଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୭ ତାରିଖ ପର୍ୟ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ