ଆଜି ଶପଥ ନେବେ ହେମନ୍ତ ସୋରେନ୍‌

ନୂଆଦିଲ୍ଲୀ: ଆଜି ଶପଥ ନେବେ ଜେଏମ୍‌ଏମ୍‌ ମୁଖ୍ୟ ହେମନ୍ତ ସୋରେନ୍‌। ସେ ଝାଡ଼ଖଣ୍ଡର ୧୪ ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରାଞ୍ଚିର ମୋରହାବାଦୀ ପଡ଼ିଆରେ ଶପଥଗ୍ରହଣ ସମାରୋହ ଆୟୋଜିତ ହେବ। ରାଜ୍ୟପାଳ ସନ୍ତୋଷ ଗଙ୍ଗଓ୍ୱାର ତାଙ୍କୁ ଆଜି ଅପରାହ୍ଣରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।

ଶପଥ ସମାରୋହରେ ‘ଇଣ୍ଡି’ ମେଣ୍ଟର ବହୁ ବରିଷ୍ଠ ନେତା ସାମିଲ ହେବେ। ଅଦ୍ୟାବଧି ୧୦ଟି ପାର୍ଟିର ୧୮ ଜଣ ବରିଷ୍ଠ ନେତା ସମାରୋହକୁ ଆସିବାକୁ ସହମତି ପ୍ରକାଶ କରିଛନ୍ତି। ସେମାନଙ୍କ ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ, ରାହୁଲ ଗାନ୍ଧୀ, ଏନ୍‌ସିପି(ଏସ୍‌ପି) ଅଧ୍ୟକ୍ଷ ଶରଦ ପାୱାର, ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ, ମେଘାଳୟ ମୁଖ୍ୟମନ୍ତ୍ରୀ, ଆପ୍‌ ଆବାହକ ଅରବିନ୍ଦ କେଜରିୱାଲ, ଆର୍‌ଜେଡି ନେତା ତେଜସ୍ୱୀ ଯାଦବ ପ୍ରମୁଖ ସାମିଲ ହେବା ନେଇ ସୂଚନା ମିଳିଛି।ସୂଚନା ଅନୁଯାୟୀ, ଆଜି ଏକାକୀ ଶପଥ ନେବେ ଜେଏମଏମ ମୁଖ୍ୟ। ପରେ ଝାଡ଼ଖଣ୍ଡ ମନ୍ତ୍ରିମଣ୍ଡଳ ବିସ୍ତାର ହେବ। ଏପର୍ୟ୍ୟନ୍ତ ସୋରେନଙ୍କ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ସହଯୋଗୀ କଂଗ୍ରେସ ତରଫରୁ କୌଣସି ମନ୍ତ୍ରୀଙ୍କ ତାଲିକା ଗ୍ରହଣ କରି ନାହିଁ।

  • Related Posts

    କେନାଲକୁ ଖସିଲା କାର୍:୧୧ ମୃତ

    ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶରେ ବଡ଼ ସଡକ ଦୁର୍ଘଟଣା । କେନାଲକୁ ଖସିଲା କାର୍ । ଭାରସାମ୍ୟ ହରାଇ କେନାଲକୁ ଖସି ପଡିଲା ଏସୟୁଭି ଗାଡ଼ି । ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି ।…

    ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ ମାମଲା: ପୂର୍ବତନ ସାଂସଦଙ୍କୁ ଆଜୀବନ ଜେଲ୍‌

    ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜେଡିଏସର ପୂର୍ବତନ ସାଂସଦ ପ୍ରଜ୍ୱଳ ରେଭାନ୍ନାଙ୍କୁ ମିଳିଛି ବଡ଼ ଦଣ୍ଡ। ଶୁକ୍ରବାର ତାଙ୍କୁ ସ୍ୱତନ୍ତ୍ର କୋର୍ଟ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ କରିଥିଲେ। ଆଜି କୋର୍ଟ ତାଙ୍କୁ ଆଜୀବନ ଜେଲ ଦଣ୍ଡରେ…

    Leave a Reply

    Your email address will not be published. Required fields are marked *

    You Missed

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    କେନାଲକୁ ଖସିଲା କାର୍:୧୧ ମୃତ

    କେନାଲକୁ ଖସିଲା କାର୍:୧୧ ମୃତ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ