ଆଜି ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ଫିଟିବ

ପୁରୀ: ସ୍ନାନବେଦିରେ ୧୦୮ ଗରା ଜଳ ଲାଗି ପରେ ଶ୍ରୀବିଗ୍ରହ ଅସୁସ୍ଥ । ଶୀଘ୍ର ଆରୋଗ୍ୟ କାମନା କରି ଦଇତାପତି ସେବକମାନେ ଅଣସର ଘରେ ଦାରୁବ୍ରହ୍ମଙ୍କ ଗୁପ୍ତ ପୂଜାରେ ଲାଗିଛନ୍ତି । ଅନବସର ୫ ଦିନ ଶୁକ୍ରବାର ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ଫିଟିବ । ବର୍ଷ ତମାମ ଦାରୁଦିଅଁ ଲାଗି ହୋଇଥିବା ଚନ୍ଦନ ଓ କରାଳ ଖୋଲାଯିବ ।୪ ତାରିଖ ଶନିବାର ଠାକୁର ଫୁଲୁରୀ ଲାଗି ନୀତି । ପରକୁ ଓଷୁଅ ଲାଗି ଆରମ୍ଭ ହେବ । ଓଷୁଅ ଲାଗି ପରେ ଠାକୁରେ ଚକାକୁ ଉଠିବେ । ସାଧାରଣ ମନୁଷ୍ୟ ଭଳି ଠାକୁରଙ୍କୁ ମଧ୍ୟ ପଥି, ପାଚନ ଓ ଔଷଧର ଆବଶ୍ୟକତା ପଡ଼ୁଛି । ସ୍ୱତନ୍ତ୍ର ପଣା “ପାଚନ ପାଣି’ ପ୍ରସ୍ତୁତ କରି ମହାପ୍ରଭୁଙ୍କୁ ଅର୍ପଣ କରାଯାଉଛି । ଦଇତାପତିମାନଙ୍କ ଦ୍ୱାରା ପ୍ରସ୍ତୁତ ଅଣସର ପଣା ଭୋଗରେ ପ୍ରତିଟି ଜଗନ୍ନାଥପ୍ରେମୀଙ୍କ ଲୋଭ ରହିଥାଏ ।
ଏହି ଅଣସର ପଣା ସର, କର୍ପୂର ଆଦି ଦ୍ରବ୍ୟ ମିଶି ପ୍ରସ୍ତୁତ ହୋଇଥାଏ । ଅନବସରରେ ପ୍ରତିଦିନ ଶ୍ରୀବିଗ୍ରହଙ୍କୁ ଦୁଇଥର ପଣା ଓ ଚକଟା ଭୋଗ ଅର୍ପଣ କରାଯାଉଛି । ଭୋଗରେ ଠାକୁରଙ୍କୁ କେବଳ ସର ଓ ଫଳମୂଳ ଆଦି ଲାଗି କରାଯାଉଛି । ସ୍ନାନପୂର୍ଣ୍ଣିମା ବିଳମ୍ବିତ ରାତିରେ ପ୍ରଭୁ ଅଣସର ପିଣ୍ଡିରେ ବିରାଜମାନ କରିବା ପରେ ଏହିଭଳି ଉପଚାର ଚାଲିଛି ।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ