ଆଜି ସରିବ ମାଟ୍ରିକ୍ ସବଜେକ୍ଟିଭ୍ ପରୀକ୍ଷାର ଉତ୍ତର ଖାତା ଦେଖା

କଟକ : ଆଜି ସରିବ ମାଟ୍ରିକ୍ ସବଜେକ୍ଟିଭ୍ ପରୀକ୍ଷାର ଉତ୍ତର ଖାତା ଦେଖା । ମାର୍ଚ୍ଚ ୧୯ରୁ ଏହି ମୂଲ୍ୟାୟନ ପ୍ରକ୍ରିୟା ରାଜ୍ୟର ୩୦ଟି ଯାକ ଜିଲ୍ଲାର ୫୦ଟି ମୂଲ୍ୟାୟନ କେନ୍ଦ୍ରରେ ଚାଲିଆସୁଛି । ମାଟ୍ରିକ୍ ସହ ଆରମ୍ଭ ହୋଇଥିବା ଏସ୍ଓଏସି ଓ ମଧ୍ୟମା ଖାତା ଦେଖା ଇତିମଧ୍ୟରେ ଶେଷ ହୋଇସାରିଥିବାର ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି । ଅନ୍ୟପକ୍ଷରେ ଦୁଇଟି ଜିଲ୍ଲାରୁ ଉତ୍ତରଖାତା ବୁଧବାର ପହଞ୍ଚିଥିବାର ସୂଚନା ମିଳିଛି । ମାଟ୍ରିକ୍ ସବଜେକ୍ଟିଭ୍ ପ୍ରଶ୍ନର ଉତ୍ତରଖାତା ମୂଲ୍ୟାୟନ ଲାଗି ରାଜ୍ୟରେ ୧୩ ହଜାରରୁ ଅଧିକ ଶିକ୍ଷକ ନିୟୋଜିତ ଅଛନ୍ତି ।

ମାଟ୍ରିକ୍, ଏସ୍ଓଏସ୍‌ସି ଓ ମଧ୍ୟମା ପରୀକ୍ଷା ମିଶି ଚଳିତ ବର୍ଷ ଚଳିତ ରାଜ୍ୟରେ ୫ ଲକ୍ଷ ୪୦ ହଜାରରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ୧୦୦ ନମ୍ବର ବିଶିଷ୍ଟ ପରୀକ୍ଷାରୁ ୫୦ ନମ୍ବର ବିଶିଷ୍ଟ ଅବଜେକ୍ଟିଭ୍ ପ୍ରଶ୍ନର ଉତ୍ତର ଓଏମ୍ଆର ସିଟ୍‌ରେ ଥିବାରୁ ତାହା ମୂଲ୍ୟାୟନ ଶେଷ ହୋଇସାରିଛି । ସବ୍‌ଜେକ୍ଟିଭ୍ ଉତ୍ତର ଖାତାଗୁଡ଼ିକର ମୂଲ୍ୟାୟନ ମାର୍ଚ୍ଚ ୧୯ରୁ ଆରମ୍ଭ ହୋଇଥିଲା । ମୂଲ୍ୟାୟନ ବ୍ୟବସ୍ଥାରେ ସ୍ୱଚ୍ଛତା ପାଇଁ ପ୍ରତିଦିନ ଶିକ୍ଷକମାନେ ଖାତା ଦେଖିସାରିବା ପରେ ବୋର୍ଡ ଦ୍ୱାରା ପ୍ରଦାନ କରାଯାଇଥିବା ଲିଙ୍କ୍ରେ ପରୀକ୍ଷାର୍ଥୀଙ୍କ ମାର୍କ ଅପଲୋଡ୍ ହୋଇଛି । ମାଟ୍ରିକ୍ ପରୀକ୍ଷା ଫଳ ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇଁ ବୋର୍ଡ ସମୟ ଧାର୍ଯ୍ୟ କରିଛି।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ